ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ  ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି। ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ଟଙ୍କା ରଖାଯାଇଛି। ବଜ୍ରପାତ ଜନିତ ମୃତ୍ୟୁ ପ୍ରବାସୀ ଓଡ଼ିଆଙ୍କୁ କ୍ଷତିପୂରଣ ପାଇଁ ବିଚାର ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ତାଳଗଛ ଲଗାଇବାରେ ସମସ୍ତ ବିଧାୟକ ସଚେତନତା ସହ ସହଯୋଗ କରନ୍ତୁ ବୋଲି ମନ୍ତ୍ରୀ ଆଜି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶ ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ମାତ୍ର ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ। ୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗବେଷଣା କହୁଛି, ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ ସୁପରିବାହୀ। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri