୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆସନ୍ତା ୭ ଦିନ ମଧ୍ୟରେ ବାତ୍ୟା ପ୍ରଭାବିତ ଜିଲାଗୁଡ଼ିକରେ ଭାଙ୍ଗିଯାଇଥିବା ଘରଗୁଡ଼ିକର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରିଲିଫ୍‌, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀଭୂତ କରିବାକୁ ପଡ଼ିବ। କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ୍‌ ଘୋଷଣା କରାଯାଇଛି। ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପାନୀୟ ଜଳ ଓ ବିଦ୍ୟୁତ୍‌ ଯୋଗାଣ ପ୍ରକ୍ରିୟା ଖୁବ୍‌ଶୀଘ୍ର ସ୍ବାଭାବିକ କରିବା ସହ ସମସ୍ତ ମୁଖ୍ୟ ସଡ଼କଗୁଡ଼ିକ ଯାନବାହନ ଚଳାଚଳ ପାଇଁ ଅବରୋଧମୁକ୍ତ କରିବାକୁ ପରାମର୍ଶ ଦେଇଛନ୍ତି।
ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ତଳିଆ ଅଞ୍ଚଳରେ ବନ୍ୟା ଆସିବା ଆଶଙ୍କା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଛନ୍ତି ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟାର ସଫଳ ମୁକାବିଲା କରାଯାଇପାରିଛି। ଜନସାଧାରଣଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣିଥରେ ପ୍ରମାଣିତ କରିପାରିଛି। ବାତ୍ୟା ପ୍ରଭାବିତ ଜିଲାଗୁଡ଼ିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନଗୁଡ଼ିକ ରିଲିଫ୍‌ ଓ ସ୍ଥାନାନ୍ତର କାର୍ଯ୍ୟରେ ସହଯୋଗ କରିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। କେନ୍ଦ୍ର ସରକାର, ଏନ୍‌ଡିଆର୍‌ଏଫ୍‌, ଭାରତୀୟ ପାଣିପାଗ ବିଭାଗ ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ମଧ୍ୟ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟରେ ଏଭଳି ଦକ୍ଷତାର ସହ କାର୍ଯ୍ୟ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଭଦ୍ରକ ଓ ବାଲେଶ୍ବର ଜିଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ୍‌ ଯୋଗାଯୋଗ ପ୍ରକ୍ରିୟା ୭୫ରୁ ୮୦ପ୍ରତିଶତ ସ୍ବାଭାବିକ ହୋଇଛି। ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ୍‌ ଯୋଗାଯୋଗ ସ୍ବାଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର ପି.କେ. ଜେନା କହିଛନ୍ତି ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ ଜିଲାର ୮୪୧୦ଟି ଆଶ୍ରୟସ୍ଥଳରେ ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ରଖାଯାଇଥିଲା। ୨୦୦ ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଛି। ମୟୂରଭଞ୍ଜର କୁସୁମୀ ବ୍ଲକ୍‌ରେ ସର୍ବାଧିକ ୫୧୫ ମି.ମି. ବର୍ଷା ହୋଇଥିବା ସେ ସୂଚନା ଦେଇଛନ୍ତି। ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀରେ ଜଳସ୍ତର ବଢୁଥିବା ସତ୍ତ୍ବେ ବନ୍ୟା ଆଶଙ୍କା କମ୍‌। ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟା ଆଶଙ୍କା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସେ କହିଛନ୍ତି।
ସମସ୍ତ ୩୩ ଓ ୧୧ କେଭି ଫିଡର୍‌ ମରାମତି ପ୍ରକ୍ରିୟା ଜାରି ରହିଛି। ଏହା ଖୁବ୍‌ଶୀଘ୍ର ଶେଷ ହେବ ବୋଲି ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହି ଅନୁସାରେ ପ୍ରଭାବିତ ୩୦ ଲକ୍ଷ ଉପଭୋକ୍ତାଙ୍କ ମଧ୍ୟରୁ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୩ ଲକ୍ଷ ଉପଭୋକ୍ତାଙ୍କ ବିଦ୍ୟୁତ୍‌ ଯୋଗାଯୋଗ ସ୍ବାଭାବିକ କରାଯାଇଛି। ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବାତ୍ୟା ଯୋଗୁ ସମୁଦାୟ ୬୨ଟି ବ୍ଲକ୍‌ ପ୍ରଭାବିତ ହୋଇଛି। ସବୁ ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ବୋଲି କୁହାଯାଇଛି। ୫୭୧ ପାଇପ ଜଳ ପ୍ରକଳ୍ପକୁ ଜେନ୍‌ସେଟ୍‌ ଜରିଆରେ କାର୍ଯ୍ୟକାରୀ କରାଯାଉଥିବାବେଳେ ୩୪୬ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ବାଲେଶ୍ବର ଓ ଭଦ୍ରକ ଜିଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି। ସମସ୍ତ ପୌରାଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକ୍ରିୟା ସ୍ବାଭାବିକ କରାଯାଇଥିବା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଜଳସମ୍ପଦ ବିଭାଗର ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଅଞ୍ଚଳର କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ଜଳମଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘାଇର ଆକଳନ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ଚାଲିଛି। ସେହିପରି ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ ୪,୫୦୦ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କମଧ୍ୟରୁ ୨,୧୦୦ଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ବାତ୍ୟା ସମୟରେ ୭୫୦ ଶିଶୁ ଜନ୍ମ ହୋଇଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବାତ୍ୟା ପରେ ସମସ୍ତ କୋଭିଡ୍‌ ହସ୍ପିଟାଲର ଭିତ୍ତିଭୂମି ଠିକ୍‌ ରହିଛି। ଗଛ ପଡ଼ି ଅବରୋଧ ହୋଇଥିବା ସମସ୍ତ ସଡ଼କକୁ ଅବରୋଧମୁକ୍ତ କରାଯାଇଛି। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗର ୩୫୦ଟି ସଡ଼କ ଅବରୋଧ ହୋଇଥିବାବେଳେ ସେଗୁଡ଼ିକୁ ତୁରନ୍ତ ଅବରୋଧମୁକ୍ତ କରାଯାଇଛି। ବୈଠକରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକ୍ରମ ବିଷୟରେ ଜିଲାପାଳମାନେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନର କାର୍ଯ୍ୟକୁ ପ୍ରଶଂସା କରି ଏହିଭଳି କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ। ସମୀକ୍ଷା ବୈଠକରେ ସମ୍ପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri