ବିଦେଶ ଫେରନ୍ତାଙ୍କ ପାଇଁ ୭ ଦିନିଆ ହୋମ୍‌ କ୍ୱାରାଣ୍ଟାଇନ୍‌ ଅନିବାର୍ଯ୍ୟ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଭାରତକୁ ବିଦେଶରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ମଙ୍ଗଳବାରଠାରୁ ଏକ ସପ୍ତାହ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ ଅନିବାର୍ଯ୍ୟ କରାଯାଇଛି।

ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ପାଇଁ କେନ୍ଦ୍ର ସରକାର ଏହି ସଂଶୋଧିତ ନିର୍ଦ୍ଦେଶାବଳୀ ଘୋଷଣା କରିଛନ୍ତି। ଯାହା ଦ୍ୱାରା ସାରା ଦେଶରେ ଦ୍ରୁତ ବିସ୍ତାର କରୁଥିବା କରୋନା ଭୂତାଣୁର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ସଂକ୍ରମଣକୁ ରୋକା ଯାଇପାରିବ। ଉପରେ ପ୍ରତିବନ୍ଧକ ଲଗାଯାଇପାରିବ।

ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ମଧ୍ୟରେ ଯାତ୍ରୀମାନେ ବାହାରେ ବୁଲାବୁଲି କରିପାରିବେ ନାହିଁ। ସେମାନଙ୍କୁ ଘରେ ରହିବାକୁ ପଡିବ। ୭ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ଅଷ୍ଟମ ଦିନ ଆରଟି-ପିସିଆର୍‌ ପରୀକ୍ଷା କରିବାକୁ ବାଧ୍ୟତାମୂଳକ କରାଯାଇଛି।

୫ ବର୍ଷରୁ କମ ବୟସ୍କ ପିଲାମାନଙ୍କ ପାଇଁ ଉଭୟ ଆଗମନ ପୂର୍ବରୁ ଏବଂ ପରେ ପରୀକ୍ଷଣର ଆବଶ୍ୟକତା ନାହିଁ। ନମୁନା ରିପୋର୍ଟ ନେଗେଟିଭ୍‌ ଆସିଲେ ମଧ୍ୟ ବିଦେଶ ଫେରନ୍ତାଙ୍କୁ ୭ ଦିନ ପର୍ଯ୍ୟନ୍ତ ନିଜର ସ୍ବାସ୍ଥ୍ୟ ଉପରେ ନଜର ରଖିବାକୁ ପଡ଼ିବ। ସେହିପରି ପଜିଟିଭ୍‌ ରିପୋର୍ଟ ଆସିଥିବା ଯାତ୍ରୀଙ୍କ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯିବ।

ବିଦେଶ ଫେରନ୍ତାଙ୍କୁ କ୍ୱାରାଣ୍ଟାଇନ୍‌ର ଅଷ୍ଟମ ଦିନରେ କରୋନା ପରୀକ୍ଷଣର ରିପୋର୍ଟ ଏୟାର ସୁବିଧା ପୋର୍ଟାଲରେ ଅପଲୋଡ କରିବାକୁ ପଡିବ। ଯାହାଫଳରେ ସମ୍ପୃକ୍ତ ରାଜ୍ୟ ଯାତ୍ରୀ ମାନଙ୍କ ଉପରେ ନଜର ରଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri