ଅପହରଣର ୭ ଦିନ ପରେ ଫେରିଲେ ଜୁନିୟର ଇଞ୍ଜିନିୟର

ମାଲକାନଗିରି,୧୭ା୧୧(ଡି.ଏନ୍‌.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ ଆଗେଇ ନ ଆସିବାରୁ ସ୍ତ୍ରୀ ଅର୍ପିତା ଏ ଦିଗରେ ଅଣ୍ଟା ଭିଡିଥିଲେ। ୩ ବର୍ଷର ପୁଅକୁ ଧରି ସ୍ବାମୀଙ୍କୁ ଖୋଜିବାକୁ ଜଙ୍ଗଲକୁ ଯାଇଥିଲେ। ଶେଷରେ ଅର୍ପିତାଙ୍କ ନିବେଦନ ଶୁଣି ମାଓବାଦୀମାନେ କନିଷ୍ଠଯନ୍ତ୍ରୀ ଅଜୟଙ୍କୁ ଛାଡିଛନ୍ତି। ଉଭୟେ ସ୍ତ୍ରୀ ସ୍ବାମୀ ଘରକୁ ଫେରିଛନ୍ତି।

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ମନଖଲି ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟର ତଦାରଖ ଲାଗି କନିଷ୍ଠ ଯନ୍ତ୍ରୀ ଅଜୟ ଚତୁର୍ଥଶ୍ରେଣୀ କର୍ମଚାରୀ ଲକ୍ଷ୍ମଣ ପିତାଗିରିଙ୍କୁ ଧରି ଯାଇଥିଲେ। ସେଠାରୁ ମାଓବାଦୀମାନେ ଦୁଇ କର୍ମଚାରୀଙ୍କୁ ଅପହରଣକରି ନେଇଥିଲେ। ପରବର୍ତ୍ତୀ ସମୟରେ ପ୍ରଜାକୋର୍ଟ କରି ଲକ୍ଷ୍ମଣଙ୍କୁ ମାଓବାଦୀମାନେ ଛାଡ଼ି ଦେଇଥିବା ବେଳେ ଅଜୟଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ଅପହରଣ ପରେ ମୁକୁଳାଇବା ଲାଗି ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ମାଓବାଦୀଙ୍କ ନିକଟରେ ନିଜ ସିନ୍ଦୂର ଭିକ୍ଷା କରି ତାଙ୍କୁ ମୁକୁଳାଇ ଜଙ୍ଗଲ ଅଭିମୁଖେ ବାହାରିଥିଲେ। ତାଙ୍କ ଏହି ଉଦ୍ୟମ ଏବେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri