ପ୍ରେମ ପାଇଁ ୭ ଦିନ: ମଙ୍ଗଳବାରଠାରୁ ଭାଲେଣ୍ଟାଇନ ସପ୍ତାହ…

ଫେବୃଆରୀ ମାସକୁ ପ୍ରେମ ପାଇଁ ଉତ୍ସର୍ଗୀକୃତ ମାସ ଭାବରେ ବିବେଚନା କରାଯାଏ। ପ୍ରେମୀ ଯୁଗଳଙ୍କ ପାଇଁ ଏହି ମାସର ବିଶେଷ ମହତ୍ତ୍ୱ ରହିଛି। ଭାଲେଣ୍ଟାଇନ ସପ୍ତାହର ପ୍ରତ୍ୟେକ ଦିନର ଭିନ୍ନ ଭିନ୍ନ ଅର୍ଥ ଥାଏ। ଭାଲେଣ୍ଟାଇନ ସପ୍ତାହ ୭ ଫେବୃଆରୀରୁ ଆରମ୍ଭ ହୁଏ ଏବଂ ଏହି ସପ୍ତାହ ୧୪ ଫେବୃଆରୀ ପର୍ଯ୍ୟନ୍ତ ଚାଲିଥାଏ। ଚଳିତ ୨୦୨୩ ବର୍ଷରେ ଏହା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଯେଉଁ ଦମ୍ପତିମାନେ ପ୍ରେମ ବ୍ୟକ୍ତ କରନ୍ତି ଏବଂ ଉତ୍ସାହର ସହିତ ଭାଲେଣ୍ଟାଇନ ସପ୍ତାହକୁ ଅପେକ୍ଷା କରିଥାନ୍ତି।

ଭାଲେଣ୍ଟାଇନ ସପ୍ତାହରେ ଫେବୃଆରୀ ୭ରେ ରୋଜ ଡେ: ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ରୁ ଆରମ୍ଭ ହୋଇଥାଏ। ଏହି ସପ୍ତାହର ପ୍ରଥମ ଦିନରେ ରୋଜ ଦିବସ ପାଳନ କରାଯାଏ। ଏହି ଦିନ ଗୋଲାପ ଫୁଲ ପ୍ରେମୀଯୁଗର ପରସ୍ପରକୁ ପ୍ରଦାନ କରିଥାନ୍ତି। ଏହି ଦିନ ପ୍ରେମ କେବଳ ଲାଲ ଗୋଲାପ ଦ୍ୱାରା ପ୍ରେମର ପରିପ୍ରକାଶ କରାଯାଇଥାଏ।
୮ ଫେବୃଆରୀ, ପ୍ରପ୍ରୋଜ ଡେ: ଭାଲେଣ୍ଟାଇନ ସପ୍ତାହର ଦ୍ୱିତୀୟ ଦିନକୁ ପ୍ରପୋଜ ଡେ ଭାବେ ପାଳନ କରାଯାଏ। ଏହି ଦିନ ପ୍ରେମୀ ଯୁଗଳ ସେମାନଙ୍କ ହୃଦୟର କଥା ଭଳ ପାଉଥିବା ମଣିଷ ଆଗରେ ବଖାଣି ଥାନ୍ତି। କାହାକୁ ଗଭୀର ଭାବରେ ଭଲପାଉଥିଲେ ହୃଦୟ କଥା ଖୋଲି କହିବା ପାଇଁ ପ୍ରପୋଜ ଡେ ହେଉଛି ସର୍ବୋତ୍ତମ ଦିନ ।

ଫେବୃଆରୀ ୯, ଚକୋଲେଟ ଡେ: ଭାଲେଣ୍ଟାଇନ ସପ୍ତାହର ତୃତୀୟ ଦିନ ହେଉଛି ଚକୋଲେଟ ଡେ। ଏହି ଦିନ, ପ୍ରେମୀ ଯୁଗଳ ପରସ୍ପରକୁ ଚକୋଲେଟ ଉପହାର ଦିଅନ୍ତି ଯାହା ଦ୍ୱାରା ସେମାନଙ୍କର ପ୍ରେମର ମଧୁରତା ଏହି ଚକୋଲେଟ ପରି ହୋଇରହିଥାଏ ।

ଫେବୃଆରୀ ୧୦, ଟେଡି ଡେ: ଭାଲେଣ୍ଟାଇନ ସପ୍ତାହର ଚତୁର୍ଥ ଦିନରେ ଟେଡି ଡେ ପାଳନ କରାଯାଏ। ଏହି ଦିନ, ପ୍ରେମୀ ଯୁଗଳ ପରସ୍ପରକୁ ପ୍ରେମର ସଙ୍କେତ ଭାବରେ ଟେଡି ଉପହାର ଦିଅନ୍ତି। ଟେଡି ଭାଲୁ ହୃଦୟର କୋମଳତାକୁ ପରିପ୍ରକାଶ କରିଥାଏ। ବିଶେଷକରି ଝିଅମାନେ ଟେଡିକୁ ବହୁତ ପସନ୍ଦ କରିଥାନ୍ତି। ସେଥିପାଇଁ ଏହି ଦିନ ଟେଡି ଦିବସ ଭାବେ ପାଳନ କରାଯାଇଥାଏ।

ଫେବୃଆରୀ ୧୧, ପ୍ରମିଶ ଡେ: ଭାଲେଣ୍ଟାଇନ ସପ୍ତାହର ପଞ୍ଚମ ଦିନ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନକୁ ପ୍ରମିଶ ଡେ ଭାବେ ପାଳନ କରାଯାଇଥାଏ। ଏହି ଦିନ ପ୍ରେମୀ ଯୁଗଳ ପରସ୍ପରକୁ ଭଲ ପାଇବାକୁ ପ୍ରତିଶ୍ରୁତି ପ୍ରଦାନ କରିଥାନ୍ତି।

ଫେବୃଆରୀ ୧୨, ହଗ୍‌ ଡେ: ଭାଲେଣ୍ଟାଇନ ସପ୍ତାହର ଷଷ୍ଠ ଦିନକୁ ହଗ୍‌ ଡେ ବା ଆଲିଙ୍ଗନ ଦିବସ ଭାବେ ପାଳନ କରାଯାଇଥାଏ। ଏହି ଦିନ ପ୍ରେମୀ ଯୁଗଳ ପରସ୍ପରକୁ ଆଲିଙ୍ଗନ କରି ନିଜର ପ୍ରେମ ବ୍ୟକ୍ତ କରିଥାନ୍ତି। ଏହି ଦିନ, ପ୍ରେମୀ ଯୁଗଳ ପରସ୍ପରର ପ୍ରେମ ଏବଂ ଆଲିଙ୍ଗନ କରି ଅନୁଭବ କରନ୍ତି ।

ଫେବୃଆରୀ ୧୩, କିସ ଡେ: ଭାଲେଣ୍ଟାଇନ ସପ୍ତାହର ସପ୍ତମ ଦିନରେ କିସ ଡେ ଭାବେ ପାଳନ କରାଯାଏ। ଏହି ଦିନ, ପରସ୍ପରକୁ ଚୁମ୍ବନ ଦେଇ ପ୍ରେମୀଯୁଗଳ ପରସ୍ପର ପ୍ରତି ନିଜର ପ୍ରେମ ବ୍ୟକ୍ତ କରିଥାନ୍ତି।

ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ: ଭାଲେଣ୍ଟାଇନ ସପ୍ତାହର ଏହା ହେଉଛି ଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଦିନ ପ୍ରେମୀଯୁଗଳ ପରସ୍ପରକୁ ଭେଟିବା, ଭ୍ରମଣ ଏବଂ ମଜା କରି ଭାଲେଣ୍ଟାଇନ୍ସ ଡେ ପାଳନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri