୭ ଦିନ ପରେ ଧାରଣାରୁ ଉଠିଲେ ଆନ୍ଦୋଳନକାରୀ

ପାଟଣା,୨୧।୨(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବିଶେଷଜ୍ଞ ଡାକ୍ତର ପୂରଣ ଦାବିରେ ଗତ ସୋମବାରଠାରୁ ଆନ୍ଦୋଳନକାରୀ ଧାରଣାରେ ବସିଥିଲେ। ଏହି ଧାରଣା ସପ୍ତମ ଦିନରେ ପହଞ୍ଚି ଥିବା ବେଳେ ରବିବାର ଆନ୍ଦୋଳନକାରୀଙ୍କ ସହ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଅଶୋକ କୁମାର ଦାଶ, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ସ୍ଥାନୀୟ ପ୍ରଶାସନ ପକ୍ଷରୁ ତହସିଲଦାର ଶିବପ୍ରସାଦ ମୁର୍ମୁଙ୍କ ସହ ଆଲୋଚନା କରିଥିଲେ। ପରେ ବିଧାୟକ ଓ ଜିଲା ସ୍ବାସ୍ଥ୍ୟ ଅଧିକାରୀ ୨ ଡାକ୍ତର ପଦବୀ ପୂରଣ ପାଇଁ ପ୍ରତିଶ୍ରୁତି ଦେବା ପରେ ଧାରଣାକୁ ସ୍ଥଗିତ ରଖାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri