ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକା ଦୁଇ ଡୋଜ୍‌ ସଫଳତାର ସହ ନେଇଥିବା ସାର୍ଟିଫିକେଟ ପ୍ରଦାନ କରିବେ କିମ୍ବା ୪୮ ଘଣ୍ଟା ମଧ୍ୟରେ ଆରଟି-ପିସିଆର ଟେଷ୍ଟ ରିପୋର୍ଟ ନେଗେଟିଭ ପ୍ରଦାନ କରିପାରିବେ ସେମାନେ ୭ ଦିନିଆ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ। ଯଦି ହୋମ୍‌ କ୍ୱାରାଣ୍ଟାଇନ ସୁବିଧା ନ ଥିବ ତେବେ ସେମାନଙ୍କୁ ସରକାରୀ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‌ ପ୍ରୋଟୋକଲ ଏବଂ ହୋମ୍‌ କ୍ୱାରାଣ୍ଟାଇନ ଗାଇଡ୍‌ଲାଇନକୁ ପାଳନ ନ କଲେ ୭ ଦିନ ଲାଗି ସରକାରୀ କ୍ୱାରାଣ୍ଟାଇନରେ ରହିବାକୁ ହେବ। ଏହାଛଡ଼ା ଯଦି କୌଣସି ବ୍ୟକ୍ତି କୋଭିଡ୍‌-୧୯ ସମ୍ପର୍କିତ ଜରୁରୀ କାର୍ଯ୍ୟରେ ଓଡ଼ିଶା ଆସୁଥିବେ କିମ୍ବା ନିର୍ବାଚନ କାର୍ଯ୍ୟ ତୁଲାଇବାକୁ ଆସୁଥିବେ ସେମାନଙ୍କୁ ଏହି କଟକଣାରୁ ବାଦ୍‌ ଦିଆଯାଇଛି। ସେହି ବ୍ୟକ୍ତିମାନଙ୍କୁ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଅନୁସରଣ କରିବା ସହ ଅଯଥା ଭ୍ରମଣ ନ କରିବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ପଶ୍ଚିମବଙ୍ଗରେ କୋଭିଡ୍‌-୧୯ର ଟ୍ରିପଲ୍‌ ମ୍ୟୁଟାଣ୍ଟ ଭୂତାଣୁ ଠାବ ହୋଇଛି। ଏହା ଅତ୍ୟନ୍ତ ମାରାତ୍ମକ। ଏହି ଭୂତାଣୁ ଦ୍ରୁତବେଗରେ ସଂକ୍ରମଣ କରୁଛି। ଏହାକୁ ରୋକିବା ଲାଗି ପଶ୍ଚିମବଙ୍ଗରୁ ଆସୁଥିବା ଲୋକମାନଙ୍କ ସକାଶେ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଥିଲେ। ଏପରି କି ପଶ୍ଚିମବଙ୍ଗ ସୀମାରେ ଥିବା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ସ୍ଥାନୀୟ ରାସ୍ତାରେ ଥିବା ଚେକ୍‌ପୋଷ୍ଟଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରିବାକୁ ବାଲେଶ୍ୱର, ମୟୂରଭଞ୍ଜ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri