ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକା ଦୁଇ ଡୋଜ୍‌ ସଫଳତାର ସହ ନେଇଥିବା ସାର୍ଟିଫିକେଟ ପ୍ରଦାନ କରିବେ କିମ୍ବା ୪୮ ଘଣ୍ଟା ମଧ୍ୟରେ ଆରଟି-ପିସିଆର ଟେଷ୍ଟ ରିପୋର୍ଟ ନେଗେଟିଭ ପ୍ରଦାନ କରିପାରିବେ ସେମାନେ ୭ ଦିନିଆ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ। ଯଦି ହୋମ୍‌ କ୍ୱାରାଣ୍ଟାଇନ ସୁବିଧା ନ ଥିବ ତେବେ ସେମାନଙ୍କୁ ସରକାରୀ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‌ ପ୍ରୋଟୋକଲ ଏବଂ ହୋମ୍‌ କ୍ୱାରାଣ୍ଟାଇନ ଗାଇଡ୍‌ଲାଇନକୁ ପାଳନ ନ କଲେ ୭ ଦିନ ଲାଗି ସରକାରୀ କ୍ୱାରାଣ୍ଟାଇନରେ ରହିବାକୁ ହେବ। ଏହାଛଡ଼ା ଯଦି କୌଣସି ବ୍ୟକ୍ତି କୋଭିଡ୍‌-୧୯ ସମ୍ପର୍କିତ ଜରୁରୀ କାର୍ଯ୍ୟରେ ଓଡ଼ିଶା ଆସୁଥିବେ କିମ୍ବା ନିର୍ବାଚନ କାର୍ଯ୍ୟ ତୁଲାଇବାକୁ ଆସୁଥିବେ ସେମାନଙ୍କୁ ଏହି କଟକଣାରୁ ବାଦ୍‌ ଦିଆଯାଇଛି। ସେହି ବ୍ୟକ୍ତିମାନଙ୍କୁ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଅନୁସରଣ କରିବା ସହ ଅଯଥା ଭ୍ରମଣ ନ କରିବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ପଶ୍ଚିମବଙ୍ଗରେ କୋଭିଡ୍‌-୧୯ର ଟ୍ରିପଲ୍‌ ମ୍ୟୁଟାଣ୍ଟ ଭୂତାଣୁ ଠାବ ହୋଇଛି। ଏହା ଅତ୍ୟନ୍ତ ମାରାତ୍ମକ। ଏହି ଭୂତାଣୁ ଦ୍ରୁତବେଗରେ ସଂକ୍ରମଣ କରୁଛି। ଏହାକୁ ରୋକିବା ଲାଗି ପଶ୍ଚିମବଙ୍ଗରୁ ଆସୁଥିବା ଲୋକମାନଙ୍କ ସକାଶେ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଥିଲେ। ଏପରି କି ପଶ୍ଚିମବଙ୍ଗ ସୀମାରେ ଥିବା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ସ୍ଥାନୀୟ ରାସ୍ତାରେ ଥିବା ଚେକ୍‌ପୋଷ୍ଟଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରିବାକୁ ବାଲେଶ୍ୱର, ମୟୂରଭଞ୍ଜ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri