Posted inଜାତୀୟ

ଖାଇରେ ଓଲଟିଲା ଗାଡ଼ି, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୬ା୬: ଉତ୍ତରାଖଣ୍ଡର ସିତାରଗଞ୍ଜରେ ଏକ ମର୍ମନ୍ତଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମ୍ୟାକ୍ସ ଗାଡ଼ି ଖାଇକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଆହତ ହୋଇଛନ୍ତି। ଖରାଦିନ ଛୁଟି କାଟିବାକୁ ନିଜ ଗାଁକୁ ଯାଉଥିବା ଏକ ପରିବାରର ୬ ଜଣଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନିଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ ଭଦକୋଟ ବାସିନ୍ଦା ମହେଶ ଚନ୍ଦ୍ର ପରଗାଇ (୪୦),ସିଡ୍‌କୁଲରେ ଚାକିରୀ କରନ୍ତି। ପରିବାରର ୬ଜଣଙ୍କ ସହ ସେଠାରେ ରହୁନ୍ତି। ପିଲାମାନଙ୍କର ସ୍କୁଲ ଛୁଟିଥିବାରୁ ପିଲାଙ୍କୁ ନେଇ ନିଜ ଗ୍ରାମ ଭଦକୋଟକୁ ଯିବାକୁ ତାଙ୍କ ସ୍ତ୍ରୀ ପାର୍ବତୀ କହିଥିଲେ। ବୁଧବାର ଦିନ ଏହି ଦମ୍ପତି ଚାରି ସନ୍ତାନଙ୍କ ସହ ସୀତାରଗଞ୍ଜରୁ ବସ ଯୋଗେ ହାଲଡୱାନି ଆସିଥିଲେ। ସେଠାରୁ, ଏକ ମ୍ୟାକ୍ସ ଗାଡିରେ ଭଦକୋଟ ଅଭିମୁଖେ ଯାଉଥିଲେ । କିନ୍ତୁ ଏହି ଗାଡ଼ିଟି ଖନ୍‌ସ୍ୟୁ ନାମକ ସ୍ଥାନରେ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡ଼ିଥିଲା। ଫଳରେ ଏହି ଦୁର୍ଘଟଣାରେ ମହେଶ ଚନ୍ଦ୍ର ପରଗାଇ (୪୦), ପାର୍ବତୀ ପରଗାଇ (୩୪) ଏବଂ ଝିଅ କବିତା ପରଗାଇ (୧୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହିପରି ଗାଡ଼ିରେ ଥିବା ଭୁବନ ଚନ୍ଦ୍ର ଭଟ୍ଟ(୩୦), ଉମେଶ ପରଗାଇ, ମମତା ଭଟ୍ଟ ଏବଂ ମହେଶ ଚନ୍ଦ୍ର ରେଖାଡ଼ିଙ୍କ ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ମହେଶ ଚନ୍ଦ୍ର ପରଗାଇଙ୍କ ତିନି ପୁଅ ପଙ୍କଜ ପରଗାଇ (୧୨), ମନୋଜ ପରଗାଇ (୧୦) ଏବଂ ଲୋକେଶ ପରଗାଇଙ୍କ ସମେତ ୭ ଜଣ ଆହତ ହୋଇଛନ୍ତି। ବିଳମ୍ବିତ ରାତିରେ ସମସ୍ତ ଆହତଙ୍କୁ ସୁଶୀଲା ତିୱାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri