Posted inଜାତୀୟ

ଆମ୍ବୁଲାନ୍ସ-କ୍ୟାଣ୍ଟର ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।
ବରେଲି ଜିଲାର ଫତେହଗଞ୍ଜ ପୋଲିସ ଷ୍ଟେଶନରେ ଜାତୀୟ ରାଜପଥର ଶଙ୍କରା ବ୍ରିଜ ନିକଟରେ ଆମ୍ବୁଲାନ୍ସ ଏବଂ କ୍ୟାଣ୍ଟର କାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସରେ ବସିଥିବା ୭ ଜଣଙ୍କର ମୃତ୍ୟୁ ଘଟିଛି।
ସୂଚନାନୁସାରେ, ମଙ୍ଗଳବାର ସକାଳେ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରୁ ରୋଗୀ ନେଇ ପିଲିଭିତ୍‌କୁ ଯାଉଥିବା ଏକ ଆମ୍ବୁଲାନ୍ସ ଡିଭାଇଡର୍‌ ଉପରେ ଚଢି ଯାଇ କ୍ୟାଣ୍ଟର (ମିନି ଟ୍ରକ)ରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଲୋକ ହେଉଛନ୍ତି ପିଲିଭିତ୍‌ର ବାସିନ୍ଦା। ଆମ୍ବୁଲାନ୍ସ ଡ୍ରାଇଭର୍‌ ଶୋଇପଡିଥିବା ଯୋଗୁ ଏଭଳି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଏହି ସଡ଼କ ଦୁର୍ଘଟଣା ବିଷୟରେ ସୂଚନା ପାଇବା ମାତ୍ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?