୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ କିଛି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଆଉ କେତେକ ଜିଲାରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସେହିପରି ଆଉ କିଛି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଜୁନ ୧ରୁ ଜୁଲାଇ ୧୪ ମଧ୍ୟରେ ରାଜ୍ୟରେ ୩୪୫.୫ ମିମି ବର୍ଷା ହେବା କଥା। ହେଲେ ୩୪୧.୧ ମିମି ବର୍ଷା ହୋଇଛି। ୬ ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହି ଜିଲାଗୁଡିକ ହେଲା- ବୌଦ୍ଧ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ ନୂଆପଡା। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।