ଅଡଶପୁର ସ୍ବାସ୍ଥ୍ୟକେନ୍ଦ୍ରର ୭ଜଣ କର୍ମଚାରୀ କରୋନା ପଜିଟିଭ୍‌: ୪୫ ଘଣ୍ଟା ଗୋବିନ୍ଦପୁର ପଞ୍ଚାୟତ ଶଟ୍‌ଡାଉନ

କଣ୍ଟାପଡା,୮।୭(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅଡଶପୁର ସ୍ବାସ୍ଥ୍ୟକେନ୍ଦ୍ରର ୭ଜଣ କର୍ମଚାରୀ କରୋନା ସଂକ୍ରମିତ ହେବାପରେ ବ୍ଲକରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅମାନିଆଙ୍କୁ ସାବାଡ କରିବାପାଇଁ ଗୋବିନ୍ଦପୁର ସରପଞ୍ଚ ଲଲାଟେନ୍ଦୁ ପ୍ରାସଦ ଦାସ ବୁଧବାର ସନ୍ଧ୍ୟାରୁ ଶୁକ୍ରବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ପଞ୍ଚାୟତର ୨୦ଟି ୱାର୍ଡକୁ ୪୫ ଘଣ୍ଟିଆ ଶଟଡାଉନ ଘୋଷଣା କରିଛନ୍ତି।
ପ୍ରକାଶଯେ, ଅଡଶପୁର ଡାକ୍ତରଖାନାର କର୍ମଚାରୀଙ୍କ ସଂସ୍ପର୍ଶରେ ଗୋବିନ୍ଦପୁର ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ଆସିଥିଲେ। ଗୋବିନ୍ଦପୁର ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କ ସ୍ବାବସଂଗ୍ରହ ପାଇଁ ବ୍ୟବସ୍ଥା କରାଯାଇଥିବାବେଳେ ଗୋବିନ୍ଦପୁର କ୍ୱାରାଣ୍ଟାଇନ କେନ୍ଦ୍ରରୁ ଜଣେ ପ୍ରବାସୀ କରୋନା ସଂକ୍ରମିତ ହୋଇ କଟକରେ ଚିିକିତ୍ସା ହେଉଛନ୍ତି।
ବୁଧବାର ୨ଜଣ ପ୍ରବାସୀ କ୍ୱାରାଣ୍ଟାଇନ କେନ୍ଦ୍ରରେ ଅସୁସ୍ଥ ହୋଇ ଛନ୍ତି। ପଞ୍ଚାୟତ ପକ୍ଷରୁ ସାମାଜିକ ଦୂରତ୍ୱ ରକ୍ଷା ସହିତ ମାସ୍କ ପିନ୍ଧିବାପାଇଁ ବାରମ୍ବାର ସଚେତନତା ସୃଷ୍ଟି କରାଯାଉଥିଲେ ମଧ୍ୟ ବହୁ ଅମାନିଆ ଏହାକୁ ମାନୁନାହାନ୍ତି। କୌଣସି କାମ ନ ଥାଇ ଅମାନିଆମାନେ ତରଡପଡା, ଗୋବିନ୍ଦପୁର, ଗୋପାଳପୁର ଓ ବାଲିପଡା ଛକବଜାରରେ ଖଟି କରୁଥିବାରୁ ସଂକ୍ରମଣର ଆଶଙ୍କା ସୃଷ୍ଟିହୋଇଛି। ଏପରି ସ୍ଥଳେ ପଞ୍ଚାୟତରେ ଥିବା ସମସ୍ତ ଦୋକାନ ନିର୍ଦ୍ଧାରିତ ସମୟ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ପଞ୍ଚାୟତ ପକ୍ଷରୁ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri