୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ପାୱାର କଟ ପାଇଁ ଘୋଷଣା ହୋଇଥିଲା। ମାତ୍ର ୩ ଘଣ୍ଟା ପାୱାର କଟ ଘୋଷଣା କରାଯାଇଥିବାବେଳେ ଇତିମଧ୍ୟରେ ୭ ଘଣ୍ଟା ବିତିଗଲାଣି କିନ୍ତୁ ବିଦ୍ୟୁତ ସେବା ସ୍ବାଭାବିକ ହୋଇପାରିନାହିଁ। ଏହାଦ୍ବାରା ଲକ୍ଷ ଲକ୍ଷ ପ୍ରଭାବିତ ହୋଇଛନ୍ତି । ତାତି ବଢୁଥିବା ବେଳେ ବହୁ ସମୟ ଧରି ପାୱାର କଟ ଦ୍ୱାରା ଲୋକେ ନାହି ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପକ୍ଷରେ ଟାଟା ପାୱାର ପକ୍ଷରୁ ସଫେଇ ଦିଆଯାଇଛି ଯେ, ଗଛ ଡାଳ ସଫା କରିବା ସମୟରେ ଭଞ୍ଜନଗର ସତ୍ୟ ସାଇ ସ୍କୁଲ ନିକଟରେ ଏକ ଡାଳ ଖୁଣ୍ଟ ଉପରେ ପଡ଼ିଯାଇଥିଲା। ଫଳରେ ଖୁଣ୍ଟ ଟି ଭାଙ୍ଗି ଯାଇଥିଲା। ତାହାକୁ ମରାମତି କରିବା ପାଇଁ ବହୁ ସମୟ ଲାଗି ଯାଉଛି। ତେଣୁ ବିଦ୍ୟୁତ ସେବା ଅପରାହ୍ନ ୪ଟା ବେଳକୁ ସ୍ବାଭାବିକ ବୋଲି ଆଶା ରଖାଯାଇଛି। ଏତେ ସମୟ ପାୱାର କଟକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri