Posted inଜାତୀୟ

ବୁଲା କୁକୁର ନିୟନ୍ତ୍ରଣ ପାଇଁ ଯୋଜନା କରିବେ ୭ ଆଇଏଏସ୍‌ ଅଫିସର

ଭୋପାଳ, ୨୧।୭: ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଜନିତ ସମସ୍ୟା ବଢ଼ିବାରେ ଲାଗିଛି। ପରିସ୍ଥିତିକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ର଼୍ୟାଙ୍କର ୭ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। ଏହି ୭ ଅଧିକାରୀଙ୍କ କମିଟି ରାଜ୍ୟରେ କୁକୁରମାନଙ୍କର ବଢ଼ୁଥିବା ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରଣନୀତି ପ୍ରସ୍ତୁତ କରିବେ। ସେହିପରି ଏହି କମିଟି ବୁଲା କୁକୁର ଆତଙ୍କକୁ ରୋକିବା ପାଇଁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତକରି ଜିଲା ସ୍ତରରେ କାର୍ଯ୍ୟକାରୀ କରିବ।

ତେବେ ମଧ୍ୟପ୍ରଦେଶର ବିଭିନ୍ନ ହସ୍ପିଟାଲରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ କୁକୁର କାମୁଡ଼ା ମାମଲା ଦିନକୁ ଦିନ ବଢ଼ି ବଢ଼ି ଚାଲିଛି। ରାଜଧାନୀ ଭୋପାଳର ବିଭିନ୍ନ ହସ୍ପିଟାଲରୁ ପ୍ରତ୍ୟେକ ଦିନ ହାରାହାରି ୫୫ଟି କୁକୁର କାମୁଡ଼ା ମାମଲା ସାମ୍‌ନାକୁ ଆସୁଛି। ୨୦୨୨ରେ ଭୋପାଳରେ ସମୁଦାୟ ୮,୧୨୨ କୁକୁର କାମୁଡ଼ା ଘଟଣା ଘଟିଥିବା ବେଳେ ୨୦୨୩ରେ ଏହି ସଂଖ୍ୟା ଦୁଇଗୁଣିତ ହୋଇ ୧୬,୩୮୭ରେ ପହଞ୍ଚିଥିଲା। ସେହିପରି ଚଳିତ ବର୍ଷର ପ୍ରଥମ ୫ ମାସରେ ୭,୭୨୮ କୁକୁର କାମୁଡ଼ା ମାମଲା ଭୋପାଳର ବିଭିନ୍ନ ହସ୍ପିଟାଲରୁ ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri