Posted inଜାତୀୟ

ବୁଲା କୁକୁର ନିୟନ୍ତ୍ରଣ ପାଇଁ ଯୋଜନା କରିବେ ୭ ଆଇଏଏସ୍‌ ଅଫିସର

ଭୋପାଳ, ୨୧।୭: ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଜନିତ ସମସ୍ୟା ବଢ଼ିବାରେ ଲାଗିଛି। ପରିସ୍ଥିତିକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ର଼୍ୟାଙ୍କର ୭ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। ଏହି ୭ ଅଧିକାରୀଙ୍କ କମିଟି ରାଜ୍ୟରେ କୁକୁରମାନଙ୍କର ବଢ଼ୁଥିବା ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରଣନୀତି ପ୍ରସ୍ତୁତ କରିବେ। ସେହିପରି ଏହି କମିଟି ବୁଲା କୁକୁର ଆତଙ୍କକୁ ରୋକିବା ପାଇଁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତକରି ଜିଲା ସ୍ତରରେ କାର୍ଯ୍ୟକାରୀ କରିବ।

ତେବେ ମଧ୍ୟପ୍ରଦେଶର ବିଭିନ୍ନ ହସ୍ପିଟାଲରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ କୁକୁର କାମୁଡ଼ା ମାମଲା ଦିନକୁ ଦିନ ବଢ଼ି ବଢ଼ି ଚାଲିଛି। ରାଜଧାନୀ ଭୋପାଳର ବିଭିନ୍ନ ହସ୍ପିଟାଲରୁ ପ୍ରତ୍ୟେକ ଦିନ ହାରାହାରି ୫୫ଟି କୁକୁର କାମୁଡ଼ା ମାମଲା ସାମ୍‌ନାକୁ ଆସୁଛି। ୨୦୨୨ରେ ଭୋପାଳରେ ସମୁଦାୟ ୮,୧୨୨ କୁକୁର କାମୁଡ଼ା ଘଟଣା ଘଟିଥିବା ବେଳେ ୨୦୨୩ରେ ଏହି ସଂଖ୍ୟା ଦୁଇଗୁଣିତ ହୋଇ ୧୬,୩୮୭ରେ ପହଞ୍ଚିଥିଲା। ସେହିପରି ଚଳିତ ବର୍ଷର ପ୍ରଥମ ୫ ମାସରେ ୭,୭୨୮ କୁକୁର କାମୁଡ଼ା ମାମଲା ଭୋପାଳର ବିଭିନ୍ନ ହସ୍ପିଟାଲରୁ ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri