Posted inଜାତୀୟ

ନିର୍ମାଣ କାମ ବେଳେ ଭୁଶୁଡ଼ିଲା କାନ୍ଥ: ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ମେହସଣା(ଗୁଜରାଟ),୧୨।୧୦: ଗୁଜରାଟ ମେହସଣା ଜିଲାରେ ଶନିବାର ଏକ ଅଘଟଣ ଘଟିଛି। ଏକ ଘରୋଇ କମ୍ପାନୀର କାନ୍ଥ ଭୁଶୁଡ଼ି ୭ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏପରିକି କାନ୍ଥ ତଳେ କିଛି ଶ୍ରମିକ ଚାପି ହୋଇ ରହିଯାଇଥିବା ଅନୁମାନ କରାଯାଉଛି। ଏନେଇ ଜେସିବି ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

କାଡ଼ି ପୋଲିସ ଇନ୍ସପେକ୍ଟର ପ୍ରହ୍ଲାଦ ସିଂ ଭାଗେଲା କହିଛନ୍ତି ଯେ, ଜସଲପୁର ଗାଁର ନିକଟ ଏକ କାରଖାନା ପାଇଁ ଅଣ୍ଡରଗ୍ରାଉଣ୍ଡ ଟାଙ୍କି ନିର୍ମାଣ ପାଇଁ ଶ୍ରମିକମାନେ ଗାତ ଖୋଳୁଥିଲେ। ସେତିକିବେଳେ ପାଖରେ ଲାଗିଥିବା କାନ୍ଥ ଭୁଶୁଡି ଶ୍ରମିକଙ୍କ ଉପରେ ପଡିଥିଲା। ଫଳରେ ଶ୍ରମିକମାନେ ଚାପି ହୋଇଯାଇଥିଲେ। ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୭ଜଣ ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ କେତେଜଣ ଶ୍ରମିକ ପୋତି ହୋଇ ରହିଥିବା ସନ୍ଦେହ କରାଯାଉଛି। ଏନେଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଏବଂ ପୋଲିସ କର୍ମଚାରୀ ଉପସ୍ଥିତ ରହିଛନ୍ତି। ଖବର ପାଇ ଶ୍ରମିକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି କ୍ଷତି ପୂରଣ ଦାବି କରିଥିଲେ। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri