Posted inଜାତୀୟ

ନିର୍ମାଣ କାମ ବେଳେ ଭୁଶୁଡ଼ିଲା କାନ୍ଥ: ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ମେହସଣା(ଗୁଜରାଟ),୧୨।୧୦: ଗୁଜରାଟ ମେହସଣା ଜିଲାରେ ଶନିବାର ଏକ ଅଘଟଣ ଘଟିଛି। ଏକ ଘରୋଇ କମ୍ପାନୀର କାନ୍ଥ ଭୁଶୁଡ଼ି ୭ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏପରିକି କାନ୍ଥ ତଳେ କିଛି ଶ୍ରମିକ ଚାପି ହୋଇ ରହିଯାଇଥିବା ଅନୁମାନ କରାଯାଉଛି। ଏନେଇ ଜେସିବି ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

କାଡ଼ି ପୋଲିସ ଇନ୍ସପେକ୍ଟର ପ୍ରହ୍ଲାଦ ସିଂ ଭାଗେଲା କହିଛନ୍ତି ଯେ, ଜସଲପୁର ଗାଁର ନିକଟ ଏକ କାରଖାନା ପାଇଁ ଅଣ୍ଡରଗ୍ରାଉଣ୍ଡ ଟାଙ୍କି ନିର୍ମାଣ ପାଇଁ ଶ୍ରମିକମାନେ ଗାତ ଖୋଳୁଥିଲେ। ସେତିକିବେଳେ ପାଖରେ ଲାଗିଥିବା କାନ୍ଥ ଭୁଶୁଡି ଶ୍ରମିକଙ୍କ ଉପରେ ପଡିଥିଲା। ଫଳରେ ଶ୍ରମିକମାନେ ଚାପି ହୋଇଯାଇଥିଲେ। ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୭ଜଣ ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ କେତେଜଣ ଶ୍ରମିକ ପୋତି ହୋଇ ରହିଥିବା ସନ୍ଦେହ କରାଯାଉଛି। ଏନେଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଏବଂ ପୋଲିସ କର୍ମଚାରୀ ଉପସ୍ଥିତ ରହିଛନ୍ତି। ଖବର ପାଇ ଶ୍ରମିକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି କ୍ଷତି ପୂରଣ ଦାବି କରିଥିଲେ। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri