ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ

ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି।
ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ ବିଭାଗରେ ଚାକିରି କରାଇଦେବା ପ୍ରଲୋଭନ ଦେଇଥିଲେ କୋରାପୁଟ ଜିଲା ଜୟପୁର ଅଞ୍ଚଳର ସନ୍ତୋଷ ସାହୁ। ତେବେ ଏଥିରେ ପ୍ରଜ୍ଞା ପ୍ରଲୋଭିତ ହୋଇ ଟଙ୍କା ଦେବାକୁ ରାଜି ହୋଇଥିଲେ। ପରେ ସନ୍ତୋଷ ପ୍ରଜ୍ଞାଙ୍କୁ ବିକ୍ରମ କୁମାର ଜେନା ନାମକ ବ୍ୟକ୍ତିଙ୍କ ସହ ସାକ୍ଷାତ କରାଇଥିଲେ। ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ନିଯୁକ୍ତିପତ୍ର ପାଇଁ ପଶ୍ଚିମବଙ୍ଗ ଏବଂ ଦିଲ୍ଲୀରେ ଡାକ୍ତରୀ ପରୀକ୍ଷା ପାଇଁ ଡାକିଥିଲେ। ତା’ପରେ ଅଭିଯୁକ୍ତମାନେ ତାଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ରେଳ ବିଭାଗ ବୋର୍ଡର ନକଲି ସିଲ୍‌ ଥିବା ଏକ ନିଯୁକ୍ତିପତ୍ର ଏବଂ ଅନ୍ୟାନ୍ୟ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏହାପରେ ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ଚନ୍ଦ୍ରକାନ୍ତ ମହାନ୍ତିଙ୍କ ସହ ସାକ୍ଷାତ କରାଇଥିଲେ, ଯିଏକି ନିଜକୁ ଦିଲ୍ଲୀର ରେଳ କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ଏହାକୁ ନେଇ ପ୍ରଜ୍ଞା ଅଭିଯୁକ୍ତମାନଙ୍କ ଉପରେ ବିଶ୍ବାସକରି ପର୍ଯ୍ୟାୟକ୍ରମେ ୭ ଲକ୍ଷ ଟଙ୍କା ଦେଇଥିଲେ। କିନ୍ତୁ ଟଙ୍କା ନେବା ପରେ ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ଚାକିରି କରାଇ ନ ଦେବା ସହ ଟଙ୍କା ମାଗିଲେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ପ୍ରଜ୍ଞା ମାଲକାନଗିରି ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଆଧାରକରି ମାଲକାନଗିରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଘଟଣାରେ ସମ୍ପୃକ୍ତ ବିକ୍ରମ କୁମାର ଜେନାଙ୍କୁ ମାଲକାନଗିରିର ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ଯାଇ ଭୁବନେଶ୍ବର ଅଞ୍ଚଳରୁ ଗିରଫକରି ମାଲକାନଗିରି କୋର୍ଟରେ ହାଜର କରାଇଛି। ତେବେ ଗିରଫ ବ୍ୟକ୍ତି ଜଣଙ୍କ ବିଭିନ୍ନ ସ୍ଥାନରେ ଏହିପରି ଲୋକଙ୍କୁ ଚାକିରି ପ୍ରତିଶ୍ରୁତି ଦେଇ ଠକିଥିବା ସୂଚନା ମିଳିଛି। ପୋଲିସ ଏହି ଘଟଣାରେ କେଉଁମାନେ ସମ୍ପୃକ୍ତି ଅଛନ୍ତି ସେନେଇ ତଦନ୍ତ ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri