ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି। ଅମିନ ଚାକିରି ପ୍ରଲୋଭନ ଦେଖାଇ ଜଣେ ଯୁବକଙ୍କଠାରୁ ୭ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରିଥିବା ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ସୂଚନା ଅନୁଯାୟୀ, ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ମେହୁଲ କୁମାର ସାବତ ଓ ତାଙ୍କ ଭାଇ ରାକେଶ ସାବତ ୨୦୨୩ ମସିହାରେ ଚୁଡୁଙ୍ଗପୁର ଗ୍ରାମର ଇନ୍ସୁରାନ୍ସ ଏଜେଣ୍ଟ ବାବୁଲି ମହାରଣା ଓରଫ ସତ୍ୟବାଦୀଙ୍କୁ ଭେଟିଥିଲେ। ବାବୁଲି ନିଜକୁ ଜଣେ ବ୍ୟାଙ୍କ ଫାଇନାନ୍ସ ଅଫିସର ବୋଲି ପରିଚୟ ଦେଇଥିଲେ। ମେହୁଲଙ୍କୁ ରାଜ୍ୟ ଷ୍ଟାଫ ସିଲେକ୍ସନ ବୋର୍ଡ (OSSC) ଦ୍ୱାରା ହେଉଥିବା ଅମିନ ପରୀକ୍ଷାରେ ପାସ କରାଇ ଚାକିରି କରାଇଦେବା ପାଇଁ ବାବୁଲି ପ୍ରତିଶ୍ରୁତି ଦେଇଥିଲେ।

ଏହି ପ୍ରତିଶ୍ରୁତି ବଦଳରେ ବାବୁଲି ମେହୁଲ ଓ ତାଙ୍କ ଭାଇଙ୍କ ଠାରୁ ଫୋନ ପେ’ ମାଧ୍ୟମରେ ୪ ଲକ୍ଷ ୬୫ ହଜାର ଟଙ୍କା, ନଗଦ ଆକାରରେ ୨ ଲକ୍ଷ ୬୪ ହଜାର ୯୭୦ ଟଙ୍କା ସେ ନେଇଥିଲେ। ଏହିପରି ସମୁଦାୟ ୭ ଲକ୍ଷ ୩୦ ହଜାର ଟଙ୍କା ହାତେଇଥିଲେ। ପରେ ଠକ ବାବୁଲି ଏକ ନକଲି ନିଯୁକ୍ତିପତ୍ର (Fake Appointment Letter) ମଧ୍ୟ ପ୍ରଦାନ କରିଥିଲେ।

ନିଯୁକ୍ତିପତ୍ରଟି ନକଲି ବୋଲି ଜାଣିବା ପରେ ରାକେଶ ଟଙ୍କା ଫେରସ୍ତ ମାଗିଥିଲେ। ବାବୁଲି ମାତ୍ର ୧ ଲକ୍ଷ ୮୦ ହଜାର ଟଙ୍କା ଫେରସ୍ତ କରି ଚୁପ ବସିଥିଲେ। ବାକି ୫ ଲକ୍ଷ ୫୦ ହଜାର ଟଙ୍କା ମାଗିବାରୁ ଗତ ଜାନୁୟାରୀ ୨୨ ତାରିଖରେ ବାବୁଲି, ରାକେଶଙ୍କୁ ଦିଗପହଣ୍ଡି ଡକାଇ ମାଡ଼ ମାରିବା ସହ ତଣ୍ଟି ଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଏଥିସହ ବାରମ୍ବାର ଧମକ ଚମକ ଦେଇଥିଲେ।

ଅତିଷ୍ଠ ହୋଇ ରାକେଶ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି (IIC) କିଶୋର କୁମାର ସାମଲ ମାମଲା ରୁଜୁ କରିଥିଲେ। ମଙ୍ଗଳବାର ପୋଲିସ ଅଭିଯୁକ୍ତ ବାବୁଲିଙ୍କୁ ଗିରଫ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ-ଜେଲ ହାଜତକୁ ପଠାଇ ଦିଆଯାଇଛି।

ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଏହି ଚାକିରି ଠକେଇ ରାକେଟ ପଛରେ କଟକ ସତୀ ଚଉରା ଅଞ୍ଚଳର ଜଣେ ଆକାଉଣ୍ଟ କ୍ଲର୍କଙ୍କ ମଧ୍ୟ ସମ୍ପୃକ୍ତି ରହିଛି। ପୋଲିସ ଏବେ ଏହି ଘଟଣାର ଅଧିକ ଖୋଳତାଡ଼ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri