ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ଏକାବେଳକେ ଟଳିପଡ଼ିଲେ ୭ ମାଓବାଦୀ

ମାଲକାନଗିରି,୧ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଚାଲାପାକା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୭ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ତଥ୍ୟ ଅନୁଯାୟୀ, ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲାର ଚାଲାପାକା ଜଙ୍ଗଲରେ ମାଓବାଦୀ ନେତା ଭଦରୁ ସହ ଏକ ଟିମ୍‌ କ୍ୟାମ୍ପ୍‌ କରି ରହିଥିବା ପୋଲିସକୁ ସୂଚନା ମିଳିଥିଲା।

ସୂଚନା ମୁତାବକ ଗ୍ରେହାଉଣ୍ଡ ଯବାନମାନେ ଉକ୍ତ ଜଙ୍ଗଲରେ ଅପରେଶନ ଆରମ୍ଭ କରିଥିଲେ। ଯବାନମାନେ ଆସିବା ଜାଣି ଆଜି ଭୋର୍‌ ସକାଳୁ ପ୍ରାୟ ୫.୩୦ ମିନିଟ୍‌ ସମୟରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଏହି ଗୁଳି ବିନିମୟରେ ୭ ମାଓବାଦୀ ନିହତ ହୋଇଛନ୍ତି। ଏଥିସହ ମୃତ୍ୟୁ ଘଟିଥିବା ୭ ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ତେଲେଙ୍ଗାନା ସଚିବ କୁରସାମ ମଙ୍ଗୁ ଓରଫ ଭଦରୁ, ଡିଭିସିଏମ୍‌ ଏଗାଲପୁ ଓରଫ ମଧୁ, ଏସିଏମ୍‌ ମୁସାକୀ ଦେବାଲ, ଏସିଏମ୍‌ ମୁସାକୀ ଯମୁନା, ପାର୍ଟି ମେମ୍ବର ଜାଇ ସିଙ୍ଘ, କିଶୋର ଓ ରମେଶା। ଘଟଣାସ୍ଥଳରେ ଯବାନମାନେ ସର୍ଚ୍ଚ ଅପରେଶନ କରି ଏହି ୭ ଜଣଙ୍କ ମୃତଦେହ ଜବତ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଥିବା ତେଲେଙ୍ଗାନା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri