ସରକାରଙ୍କ ନିଷ୍ପତ୍ତି ଅପେକ୍ଷାରେ ୭ ମୌଜାବାସୀ

ଛେଣ୍ଡିପଦା,୨୬।୪ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ‘ଆମ ହସ୍ପିଟାଲ’ ଯୋଜନାରେ ସାମିଲ କରିବା ଦାବି ନେଇ ମଙ୍ଗଳବାର ୭ ମୌଜାବାସୀ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଥିଲେ। ସରକାର ଉକ୍ତ ଦାବିପତ୍ରର ଉତ୍ତର ଦେବା ପର୍ଯ୍ୟନ୍ତ ଅର୍ଥନୈତିକ ଆନ୍ଦୋଳନକୁ ସ୍ଥଗିତ ରଖାଯିବ। ହେଲେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ପୂର୍ବପରି ଜାରି ରହିବ ବୋଲି ୭ ମୌଜାବାସୀଙ୍କ ପକ୍ଷରୁ କୁହାଯାଇଛି।
ପ୍ରକାଶ ଯେ, ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯିବା ଦାବିରେ ୬ ଦିନ ହେଲା ୭ ମୌଜାବାସୀଙ୍କ ପକ୍ଷରୁ ତହସିଲ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଛି। ମଙ୍ଗଳବାରଠାରୁ ଛେଣ୍ଡିପଦାରେ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀରେ କୁହାଯାଇଥିଲା। ହେଲେ ସନ୍ଧ୍ୟାରେ ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏ ନେଇ ତ୍ରିପାକ୍ଷିକ ବୈଠକ କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ଅର୍ଥନୈତିକ ଅବରୋଧ ନ କରିବାକୁ ଅନୁରୋଧ କରିଥିଲେ। ତଦନୁଯାୟୀ ଗ୍ରାମବାସୀ ଅର୍ଥନୈତିକ ଅବରୋଧକୁ ସ୍ଥଗିତ ରଖିଥିଲେ। ମଙ୍ଗଳବାର ଆନ୍ଦୋଳନକାରୀଙ୍କ ମଧ୍ୟରୁ ପ୍ରାୟ ୨୦ ଜଣ କର୍ମକର୍ତ୍ତା ଜିଳପାଳଙ୍କ ପ୍ରକୋଷ୍ଠରେ ପହଞ୍ଚି ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଆନ୍ଦୋଳନକାରୀଙ୍କ ଦାବିକୁ ଜିଲାପାଳ ସରକାରଙ୍କକୁ ଜଣାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଜିଲାପାଳ ସରକାରଙ୍କୁ ପଠାଇଥିବା ଚିଠିର ଉତ୍ତର ପାଇଲା ପରେ ଗ୍ରାମବାସୀ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରିବେ ବୋଲି କହିଛନ୍ତି। କିନ୍ତୁ ଧାରଣା ଜାରି ରହିବ ବୋଲି ଆନ୍ଦୋଳନକାରୀ ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri