Posted inଜାତୀୟ

ଶବଦାହ ଗୃହରୁ ଚୋରି କରୁଥିଲେ ମୃତଦେହର ପୋଷାକ

ବାଘପଟ, ୯ା୫ : ଉତ୍ତର ପ୍ରଦେଶର ପୂର୍ବାଞ୍ଚଳ ବାଘପଟର ଶବଦାହ ଗୃହରୁ ମୃତଦେହର ପୋଷାକ ଚୋରି କରୁଥିବା ୭ ଜଣ ଗିରଫ ହୋଇଛନ୍ତି। ଏ ନେଇ ରବିବାର ପୋଲିସ ପକ୍ଷରୁ କୁହାଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉୁଥିବାବେଳେ ସାମ୍ନାକୁ ଆସିଛି ଏଭଳି ଘଟଣା।

ମୃତଦେହକୁ ଘୋଡ଼ାଇବା ଲାଗି ବ୍ୟବହୃତ ହେଉଥିବା କଭର, ସେମାନଙ୍କ ପୋଷାକକୁ ଚୋରାଇ ନେଉଥିଲେ ଅଭିଯୁକ୍ତମାନେ। ପଚରାଉଚୁରାବେଳେ ସେମାନେ ମୃତଦେହର ସାଢ଼ୀ, ଚାଦର, ବେଡଶିଟ୍‌ ଚୋରାଇ ନେଉଥିବା ସ୍ବୀକାର କରି ନେଇଛନ୍ତି। ସେମାନଙ୍କ ଠାରୁ ୫୨୦ ବେଡ୍‌ଶିଟ, ୧୨୭ କୁର୍ତା, ୫୨ ଧଳା ସାଢ଼ୀ ଓ ଅନ୍ୟ ପୋଷାକ ଜବତ ହୋଇଥିବା ସର୍କଲ ଅଫିସର ଆଲୋକ ସିଂ କହିଛନ୍ତି।

ଚୋରି ସାମଗ୍ରୀକୁ ଧୋଇଲା ପରେ ଆଇରନ ଦେଇ ଗ୍ବାଲିୟର ଏକ କମ୍ପାନୀର ଲେଭଲ ଲଗାଇ ପୁଣି ଥରେ ମାର୍କେଟରେ ବିକି ଦେଉଥିଲେ।

ଗିରଫ ହୋଇଥିବା ୭ ଜଣ ଗୋଟିଏ ପରିବାରର। ସେମାନେ ୧୦ ବର୍ଷ ହେଲା ଏହି ଚୋରି କରୁଥିଲେ। ମହାମାରୀ ସମୟରେ ଗିରଫ କରାଯାଇଥିବାରୁ ସେମାନଙ୍କ ବିରୋଧରେ ଇପିଡେମିକ୍‌ ଆଇନରେ ଗିରଫ କରାଯାଇଛି ବୋଲି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri