Posted inUncategorized

ଷ୍ଟିୟରିଂ କମିଟିରେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ: ଏଥିରେ ବି ନାହିଁ ବାହିନୀପତିଙ୍କ ନାଁ

ଭୁବନେଶ୍ୱରଳ,୨୩।୮: ପିସିସି ଭଙ୍ଗ ହେବା ପରେ ଘୋଷଣା ହୋଇଥିଲା ଷ୍ଟିୟରିଂ କମିଟି। ଏହି ଷ୍ଟିୟରିଂ କମିଟି ପିସିସି ସଭାପତି ବାଛିବ।ପୂର୍ବରୁ ୧୪ ଜଣିଆ ଷ୍ଟିୟରିଂ କମିଟି ସଦସ୍ୟଙ୍କ ନାଁ ଘୋଷଣା ହୋଇଥିଲା। ଏହି ୧୪ ଜଣିଆ ଷ୍ଟିୟରିଂ କମିଟି ପିସିସି ଚଳାଇବ ବୋଲି ଘୋଷଣା ହୋଇଥିବା ବେଳେ ଏଥିରୁ କେତେକ ଟାଣୁଆ ନେତାଙ୍କୁ ବାଦ୍‌ ଦିଆଯାଇଥିଲା।  ଯେଉଁଥିରେ ଥିଲେ ନିରଞ୍ଜନ, ଶରତ ଓ ତାରା।
ପିସିସି ଷ୍ଟିୟରିଂ କମିଟିରେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଶୁକ୍ରବାର ସାମିଲ ହୋଇଛନ୍ତି।  ଯେଉଥିରେ ନିରଞ୍ଜନ  ଓ ଶରତଙ୍କ ନାଁ ଥିଲା ବେଳେ ତାରା ବାଦ୍‌ ପଡ଼ିଛନ୍ତି।  ତେବେ ଏହି ତାଲିକାରେ ରହିଛନ୍ତି ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର, ରାମ ଖୁଣ୍ଟିଆ, ସନ୍ତୋଷ ସିଂ ସାଲୁଜା  ଓ ଶରତ ରାଉତ। ଏମାନେ  ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ହୋଇଥିବା ବେଳେ ଏଥର ମଧ୍ୟ ତାରା ବାହିନୀପତିଙ୍କୁ ବାଦ୍‌ ଦିଆଯାଇଛି। ପୂର୍ବରୁ ମଧ୍ୟ ୧୪ ଜଣିଆ ଷ୍ଟିୟରିଂ କମିଟିରେ  ତାରାଙ୍କ ସ୍ଥାନ ନଥିଲା।

ଅନ୍ୟପକ୍ଷେ ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ ଠିକ୍‌ ହେବ, ସେନେଇ ମଧ୍ୟ ମତ ସଂଗ୍ରହ କରାଯିବ ବୋଲି ଷ୍ଟିୟରିଂ କମିଟି ଅଧ୍ୟକ୍ଷ ତଥା ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଥିବା ଜଣାପଡ଼ିଛି।
କଂଗ୍ରେସ ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ଗୁରୁବାର ଅଜୟ କୁମାରଙ୍କ ନେତୃତ୍ୱରେ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ଜଣ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କ ମତାମତ ଲୋଡ଼ା ଯାଇଛି। ପ୍ରତି ୧୫ ଦିନରେ ଥରେ ଷ୍ଟିୟରିଂ କମିଟି ବୈଠକ ଅନୁଷ୍ଠିତ ହେବ। ସଭାପତି ଚୟନ ନେଇ ଅଜୟ ନିର୍ଦ୍ଦିଷ୍ଟ ସମୟ ଦେବା ପରେ ଦଳରେ ଆଶ୍ୱସ୍ତ ପ୍ରକାଶ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri