୭ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ କରୋନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୨୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ଏନ୍‌ଡିଆର୍‌ଏଫ୍‌ର ଯବାନ ରହିଛନ୍ତି। ଯବାନମାନେ ଅମ୍ଫନ ଡ୍ୟୁଟି ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୦ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ସେଥିରୁ ୪୨୯୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୬୫ ଆକ୍ଟିଭ୍‌ କେସ୍‌ ରହିଛି।