ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Image

ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସମନ୍ବୟ ରକ୍ଷା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ବୁଲିବାକୁ ଯାଇଥିବାବେଳେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ସମସ୍ତେ ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳ ବୋଲି ସୂଚନାରୁ ଜଣାପଡ଼ିଛି। ଗୋଟିଏ ପରିବାରର ପୁଅ, ଝିଅ, ୨ ନାତି, ୨ ନାତୁଣୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଅବିବାହିତ ଝିଅଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଅବିବାହିତ ଝିଅଙ୍କର ଆଉ କିଛି ଦିନ ପରେ ନିର୍ବନ୍ଧ ହୋଇଥାନ୍ତା। ପରିବାର ସଦସ୍ୟ, ବନ୍ଧୁବାନ୍ଧବ ବାହାରକୁ ବୁଲି ଯାଇଥିଲା ବେଳେ ଏହି ଅଘଟଣ ଘଟିଛି। ଅଗର ମାଲଓ୍ବା ଜିଲାର ନଲଖେଡ଼ାର ଏକ ଝରଣାରେ ଭାସି ଯାଇଛନ୍ତି। ଉଜ୍ଜୟିନୀରୁ ବଗଳାମୁଖୀ ମନ୍ଦିର ଦର୍ଶନ ପାଇଁ କାର୍‌ ଯୋଗେ ଯିବାବେଳେ ଝରଣାରେ ବଢ଼ି ପାଣି ପାର୍‌ ପାଇଁ ଡ୍ରାଇଭରଙ୍କ ଦୁଃସାହସରୁ ଏପରି ଦୁଃଖଦ ଘଟଣା ଘଟିଛି। ତେବେ ଡ୍ରାଇଭରଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ସୂଚନାରୁ ପ୍ରକାଶ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?