Posted inଜାତୀୟ

ମୋଦି ସରକାରରେ ୧୦ରୁ ୭ ମନ୍ତ୍ରୀ ଆରଏସ୍‌ଏସ୍‌ର: ଚାଞ୍ଚଲ୍ୟକର ଖୁଲାସା କଲେ ଟିଏମସି ନେତା

ନୂଆଦିଲ୍ଲୀ,୨।୮: ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଗୃହରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ)କୁ ପ୍ରଶଂସା କରିଥିଲେ। କଂଗ୍ରେସ ସମେତ ଅନେକ ଦଳ ଏ ସମ୍ପର୍କରେ ଆପତ୍ତି ଉଠାଇଛନ୍ତି। ଚେୟାରମ୍ୟାନ ଦେଇଥିବା ପ୍ରଶଂସା ପରେ ତୃଣମୂଳ କଂଗ୍ରେସ (ଟିଏମସି) ନେତା ଡେରେକ ଓ’ବ୍ରାଇନ ଦାବି କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାରଙ୍କ ୧୦ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣ ମନ୍ତ୍ରୀ ଆରଏସଏସରୁ ଆସିଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ମଧ୍ୟ ସେ ସମାନ କଥା କହିଛନ୍ତି।
ଡେରେକ ଓ’ବ୍ରାଇନ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ହିନ୍ଦୁତ୍ୱ ସଂଗଠନର ଦ୍ୱିତୀୟ ସରସଙ୍ଗଚାଳକ ଏମ.ଏସ ଗୋଲୱାଲକରଙ୍କୁ ଅତିକ୍ରମ କରିବାକୁ ଚେଷ୍ଟା କରୁଛନ୍ତି। ଟିଏମସି ନେତା ଏକ୍ସରେ ଲିଖିତ ଏକ ଆର୍ଟିକିଲ ଶେୟାର କରିଛନ୍ତି। ସେ କଂଗ୍ରେସ ନେତା ଜୟରାମ ରମେଶଙ୍କ ଏକ ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ସେ ଆରଏସଏସକୁ ସମାଲୋଚନା କରିଛନ୍ତି।
ଓ’ବ୍ରାଇନ ତାଙ୍କ ବ୍ୟକ୍ତିଗତ ବ୍ଲଗରେ ଶେୟାର ହୋଇଥିବା ଏକ ଆର୍ଟିକିଲରେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରରେ ଥିବା ୧୦ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୭ ଜଣ ସଂଘ ପରିବାରରୁ ଆସିଛନ୍ତି, ୧୦ ଜଣ ରାଜ୍ୟପାଳଙ୍କ ମଧ୍ୟରୁ ଚାରିଜଣ ହେଉଛନ୍ତି ଆରଏସଏସ। ୧୨ ଜଣ ଭାଜପା ଶାସିତ ଆଠଟି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ସ୍ବୟଂସେବକ ଅଟନ୍ତି। ସୈନିକ ସ୍କୁଲ ଚଳାଇବା ପାଇଁ ୧୦ଟି ଚୁକ୍ତି ମଧ୍ୟରୁ ୬ଟି ଆରଏସଏସ ସମର୍ଥକ କିମ୍ବା ଅନୁବନ୍ଧିତ ସଂଗଠନକୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri