୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ଲେଖିକା ଶ୍ରଦ୍ଧାଞ୍ଜଳୀ କାନୁନ୍‌ଗୋଙ୍କୁ ‘ଦଧିଚି ସାହିତ୍ୟ ଜ୍ୟୋତି’ ସମ୍ମାନରେ ସମ୍ମାନିତ କରାଯାଇଥିବାବେଳେ ଓ ଶିଳ୍ପପତି ସଂଗ୍ରାମ ଦାସ, ଶ୍ରେଷ୍ଠ ସଫଳ ମହିଳା ଭାବେ ତନୟା ପଟ୍ଟନାୟକ, ଯୁବ ଶିଳ୍ପୋଦ୍ୟୋଗୀ ତନୁଜ କୁମାର ମହାନ୍ତିଙ୍କୁ ‘ଦଧୀଚି ଶିଳ୍ପଜ୍ୟୋତି ସମ୍ମାନ, ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ‘ଦଧୀଚି ସେବାଜ୍ୟୋତି’ ସମ୍ମାନ ମିଳିଛି। ସେହିପରି ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ବାଲେଶ୍ୱର ରେମୁଣାର ଜିତେନ ମହାଳିକଙ୍କୁ ‘ଦଧୀଚି ଛାତ୍ରଜ୍ୟୋତି’ ଓ ଓଡ଼ିଶା ଟେଲିଭିଜନକୁ ‘ଦଧୀଚି ଆଦର୍ଶଜ୍ୟୋତି’ ସମ୍ମାନ ପ୍ରଦାନ କରାଯାଇଛି। ପୁରସ୍କାର ରାଶି ସ୍ବରୂପ ମାନପତ୍ର, ଉପଢ଼ୌକନ ସହ ୧୦ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଜୁମ୍‌ ୱେବିନାରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ଆଇଟି ଅଧିକାରୀ ସୁକାନ୍ତ କୁମାରସାହୁ, ମୁଖ୍ୟବକ୍ତା ଭାବେ ପୂର୍ବତନ ଆୟକର ମହାନିର୍ଦ୍ଦେଶକ ବିଧୂଭୂଷଣ ମହାନ୍ତି, ସମ୍ମାନିତ ଅତିଥିଭାବେ ଆଦିତ୍ୟବାହିନୀର ରାଷ୍ଟ୍ରୀୟ ସମ୍ପାଦକ ପଣ୍ଡିତ ମାତୃପ୍ରସାଦ ମିଶ୍ର ଯୋଗଦେଇଥିଲେ। ଉଲ୍ଲାସ ଚନ୍ଦ୍ର ବେହୁରା କାର୍ଯ୍ୟକ୍ରମ ଉପସ୍ଥାପନା କରିଥିବାବେଳେ ଦଧୀଚି ଶିିକ୍ଷାନୁଷ୍ଠାନର ଅର୍ଥ ବିଭାଗ ନିର୍ଦ୍ଦେଶ ବାସୁଦେବ ବିଶ୍ୱାଳ, ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଭାତ କୁମାର ପାଢ଼ୀ, ପ୍ରଶାସନିକ ନିର୍ଦ୍ଦେଶକ ସୀମାଞ୍ଚଳ ପଣ୍ଡା ଉପସ୍ଥିତ ଥିଲେ ଓ ମ୍ୟାନେଜିଂ ଟ୍ରଷ୍ଟି ବବିତା ଦାଶ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri