ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ବିତିଗଲାଣି କିନ୍ତୁ ସ୍ଥାୟୀ କୋଠା ହୋଇପାରୁ ନ ଥିଲା। ଯୁକ୍ତ ୨ ମଧ୍ୟ ଖୋଲି ପାରୁ ନ ଥିଲା। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କ୍ଷୋଭ ଭରି ରହିଥିଲା। ଗତବର୍ଷ ଅଧ୍ୟକ୍ଷ ଭାବେ ଯୋଗ ଦେଇଥିବା ପ୍ରଦୀପ କମାନୁଙ୍କ ପ୍ରଚେଷ୍ଟାରେ ବିଦ୍ୟାଳୟର ଅନେକ କିଛି ଉନ୍ନତି ଧିରେ ଧିରେ ହେଉଛି। ଅଧ୍ୟକ୍ଷ କମାନୁଙ୍କ ପ୍ରଚେଷ୍ଟା ଏବଂ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା, ଗଞ୍ଜାମ ଜିଲା ପ୍ରଶାସନ ଏବଂ କେଏସୟୁବି କଲେଜ ଅଧ୍ୟକ୍ଷଙ୍କ ସହଯୋଗରେ ୨୦୨୬-୨୭ ଶିକ୍ଷାବର୍ଷରେ ଯୁକ୍ତ ୨ ବିଜ୍ଞାନ ଖୋଲିବାକୁ ଯାଉଛି।

ଇତିମଧ୍ୟରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦିଲ୍ଲୀ ପକ୍ଷରୁ ଯୁକ୍ତ ୨ ଖୋଲିବା ପାଇଁ ୭ ଜଣ ପିଜିଟି ଶିକ୍ଷକ ପଦବୀକୁ ଅନୁମୋଦନ ଦେଇଛନ୍ତି। ଖୁବ୍‌ଶୀଘ୍ର ଉକ୍ତ ନୂତନ ଶିକ୍ଷକମାନେ କାର୍ଯ୍ୟରେ ଯୋଗଦେବେ। ସେଗୁଡ଼ିକ ହେଲା (ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ଜୀବ ବିଜ୍ଞାନ, କମ୍ପ୍ୟୁଟର ସାଇନ୍ସ, ଇଂରାଜୀ ଓ ହିନ୍ଦୀ)। ବିଦ୍ୟାଳୟ ସ୍ଥାପିତ ହେବାର ୧୬ ବର୍ଷ ପରେ ଏଠାରେ ପ୍ରଥମ ଥର ପାଇଁ ଯୁକ୍ତ ୨ରେ ନାମ ଲେଖା ହେବ। ଯାହାକୁ ନେଇ ଅଭିଭାବକ ଏବଂ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଅଭିଭାବକମାନେ ବିଧାୟକ, ଉପଜିଲାପାଳ ଏବଂ ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଇତିମଧ୍ୟରେ ବିଦ୍ୟାଳୟର ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ୩୩ କୋଟି ୧୦ ଲକ୍ଷ ଟଙ୍କା ଅନୁଦାନ ଦେଇଛନ୍ତି। ତାହାର ଟେଣ୍ଡର ପ୍ରକ୍ରିୟା ସରିବା ପରେ କାମ ଆରମ୍ଭ ହେବ। ୨୦୨୮ ଶିକ୍ଷା ବର୍ଷରୁ ସ୍ଥାୟୀ କୋଠାରେ ଶିକ୍ଷାଦାନ ଲକ୍ଷ୍ୟ ରଖାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଗ୍ରହ ଯୋଗୁ ମଧ୍ୟ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ବିକାଶ ବହୁବର୍ଷ ପରେ ହେଉଛି। ଚଳିତ ବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶର ୧୦ ଦିନ ମଧ୍ୟରେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ ପାଇଁ ନାମଲେଖା ଆରମ୍ଭ ହେବ। ପ୍ରଥମେ ଏଠାରେ ନିଜ
ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ମେରିଟ୍‌ ଲିଷ୍ଟ ଅନୁସାରେ ନାମ ଲେଖା ପାଇଁ ସୁଯୋଗ ମିଳିବ। ବଳକା ସିଟ୍‌ ରହିଲେ ବାହାର ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଅନୁଯାୟୀ ନାମ ଲେଖାର ସୁଯୋଗ ଦିଆଯିବ। ଏହି ଖବର ଜଣାପଡ଼ିବା ପରେ ଭଞ୍ଜନଗରବାସୀଙ୍କ ପାଇଁ ତାହା ଖୁସି ଓ ଗର୍ବର ବିଷୟ ହୋଇପଡ଼ିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?