Posted inଜାତୀୟ

ଆଜି ଫେରିବ ୭ ବିମାନ

ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍‌ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ମଙ୍ଗଳବାର ସୂଚନା ଦେଇଛନ୍ତି।
ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଏୟାରଲିଫ୍ଟ କରି ଆଣିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ହର୍ଷବଦ୍ଧନ ଉପରୋକ୍ତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରୋମାନିଆର ବୁଚାରେଷ୍ଟ, ହଙ୍ଗେରିର ବୁଦାପେଷ୍ଟ, ପୋଲାଣ୍ଡ ଏବଂ ସ୍ଲୋଭାକିଆର ବିମାନବନ୍ଦରଗୁଡ଼ିକରୁ ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଉଛି। କ୍ୱିଭ୍‌ସ୍ଥିତ ଭାରତୀୟ ଦୂତାବାସକୁ ବନ୍ଦ କରାଯାଇଛି। ସେଠାରେ ନିୟୋଜିତ କର୍ମଚାରୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ‘ମିଶନ ଗଙ୍ଗା’ ଯୋଜନା ଅଧୀନରେ ୪୬ ବିମାନ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ। ସେଥିରୁ ୨୯ ବିମାନ ବୁଚାରେଷ୍ଟ, ୧୦ ବୁଦାପେଷ୍ଟ, ୬ ପୋଲାଣ୍ଡର ରେସ୍‌ଜୋ, ୧ ସ୍ଲୋଭାକିଆର କୋସିଜ୍‌ରୁ ଉଡ଼ାଣ କରି ନୂଆଦିଲ୍ଲୀକୁ ଆସିବ। ଭାରତୀୟ ବାୟୁସେନା ମଧ୍ୟ ବୁଚାରେଷ୍ଟରୁ ନାଗରିକଙ୍କୁ ଉଦ୍ଧାର କରି ଆଣିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଥମ ଆଡ୍‌ଭାଇଜରି ଜାରି କରାଯିବାବେଳେ ୟୁକ୍ରେନ୍‌ରେ ପ୍ରାୟ ୨୦,୦୦୦ ଭାରତୀୟ ଛାତ୍ରୀଛାତ୍ର ଫସିରହିଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୬୦% ଅର୍ଥାତ୍‌ ୧୨,୦୦୦ ୟୁକ୍ରେନ୍‌ ଛାଡ଼ି ସାରିଲେଣି। ଅବଶିଷ୍ଟ ୪୦% ମଧ୍ୟରୁ ଅଧା ଖର୍କିଭ୍‌ର ସୁମି ଅଞ୍ଚଳରେ ଅଛନ୍ତି। ଅବଶିଷ୍ଟ ଅଧା ଛାତ୍ରୀଛାତ୍ର ୟୁକ୍ରେନ୍‌ର ପଶ୍ଚିମ ସୀମାରେ ଅଛନ୍ତି। ସେମାନେ ଯୁଦ୍ଧ ପ୍ରଭାବିତ ଅଞ୍ଚଳ ବାହାରେ ରହିଛନ୍ତି ବୋଲି ଶ୍ରୀଙ୍ଗଲା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୯ ବିମାନ ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଆଣିଥିବାବେଳେ ‘ଅପରେଶନ୍‌ ଗଙ୍ଗା’ରେ ବୁଧବାର ସନ୍ଧ୍ୟାରେ ଆଉ ୭ଟି ବିମାନ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?