୨୦୮୩ କୋଟିର ୭ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଶକ୍ତି, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଇଥାନଲ ଭଳି ୭ଟି ଶିଳ୍ପ ପ୍ରକଳ୍ପରେ ୨୦୮୩.୮୮ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ଏହି ଶିଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସିଧାସଳଖ ୨,୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସହିତ ବହୁ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥ୍‌ରିଟି (ଏସ୍‌ଏଲଏସଡବ୍ଲ୍ୟୁସିଏ) ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଆବଶ୍ୟକ ହେଉଥିବା ଜମି ଓ ଜଳ ଯୋଗାଇ ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଇପିକଲ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ ପ୍ରକଳ୍ପଗୁଡ଼ିକର ଅନୁମୋଦନ ପୂର୍ବରୁ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ।
ଅନୁମୋଦିତ ହୋଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରୁ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ବାଲେଶ୍ୱର ଜିଲା ବାଳଗୋପାଳପୁର ଶିଳ୍ପାଞ୍ଚଳରେ ଦୈନିକ ୫୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ଏବଂ ୮ ମେଗାଓ୍ବାଟ୍‌ର କୋ ଜେନ ପାଓ୍ବାର ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୮୭୦ କୋଟି ଟଙ୍କାର ପୁଞ୍ଜିବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୧୯୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ (ଏଚ୍‌ପିସିଏଲ୍‌) ନବରଙ୍ଗପୁର ଜିଲାର ଉମରକୋଟଠାରେ ୫୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ଏଚ୍‌ପିସିଏଲ ୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୪୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
ନିଓ୍ବାଟ ଏନର୍ଜି ପ୍ରାଇଭେଟ ଲିମିଟେଡ ଅନୁଗୋଳ ଜିଲା ବନ୍ତଳାଠାରେ ୧୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ସହିତ ୧୨ ଟିପିଡି କ୍ଷମତା ବିଶିଷ୍ଟ କମ୍ପ୍ରେସଡ୍‌ ବାୟୋଗ୍ୟାସ(ସିବିଜି) ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ କମ୍ପାନୀ ୧୨୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବ। ଏହି ପ୍ରକଳ୍ପରେ ୬୫୦ ଜଣଙ୍କୁ ନିଯୁକ୍ତ ମିଳି ପାରିବ। ସେହିପରି ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଠାରେ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲସ୍‌ ଆଣ୍ଡ ଇନ୍‌ଫ୍ରାଷ୍ଟକ୍ଚର ଦ୍ୱାରା ଏକ ମଲ୍ଟି ମୋଡାଲ ଲଜିଷ୍ଟିକ ପାର୍କ ନିର୍ମାଣ କରାଯିବ। ଏଥିରେ କମ୍ପାନୀ ୧୫୦ କୋଟି ଟଙ୍କା ଖର୍ଚ୍ଚ କରିବ। ଏହି ପ୍ରକଳ୍ପରେ ୧୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ବଲାଙ୍ଗୀର ଜିଲା ସଇଁତଳାଠାରେ ଆଦିତ୍ୟ ବିର୍ଲା ରିନୋବଲ୍ସ ଲିମିଟେଡ ପକ୍ଷରୁ ୮୯.୪୪ କୋଟି ଟଙ୍କା ବ୍ୟୟରେ ୧୮.୭୫ ମେଗାଓ୍ବାଟ୍‌ର ଏକ ସୌରଶକ୍ତି ପ୍ଲାଣ୍ଟ ସ୍ଥାପନ କରାଯିବ। ଏଥିରେ ୨୮ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ସେହିପରି ଖୋର୍ଦ୍ଧା ଜିଲାରେ ଏକ ୫ ତାରକା ଡିଲକ୍ସ ହୋଟେଲ ସ୍ଥାପନ କରିବାକୁ ଆଟମୋସ୍ପିୟର କୋର୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଥିରେ ୧୮୪.୬୪ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ। ଏହା କାର୍ଯ୍ୟକ୍ଷମ ହେଲେ ୪୬୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଖୋର୍ଦ୍ଧା ଜିଲାର ଚନ୍ଦକାଠାରେ ଡି.ଏନ. ହୋମ୍ସ ପକ୍ଷରୁ ଏକ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ। ଏଥିରେ ୧୬୪ କୋଟି ଟଙ୍କା ବ୍ୟୟ କରାଯିବ। ଏଥିରେ ୪୬୩ ଜଣଙ୍କୁ ନିଯୁକ୍ତି ମିଳିପାରିବ।
ଏହି ବୈଠକରେ ଶିଳ୍ପ ସଚିବ ହେମନ୍ତ ଶର୍ମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନାଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri