୨୦୮୩ କୋଟିର ୭ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଶକ୍ତି, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଇଥାନଲ ଭଳି ୭ଟି ଶିଳ୍ପ ପ୍ରକଳ୍ପରେ ୨୦୮୩.୮୮ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ଏହି ଶିଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସିଧାସଳଖ ୨,୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସହିତ ବହୁ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥ୍‌ରିଟି (ଏସ୍‌ଏଲଏସଡବ୍ଲ୍ୟୁସିଏ) ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଆବଶ୍ୟକ ହେଉଥିବା ଜମି ଓ ଜଳ ଯୋଗାଇ ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଇପିକଲ ଏମ୍‌ଡି ଭୂପିନ୍ଦର ସିଂ ପୁନିଆ ପ୍ରକଳ୍ପଗୁଡ଼ିକର ଅନୁମୋଦନ ପୂର୍ବରୁ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ।
ଅନୁମୋଦିତ ହୋଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରୁ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌) ବାଲେଶ୍ୱର ଜିଲା ବାଳଗୋପାଳପୁର ଶିଳ୍ପାଞ୍ଚଳରେ ଦୈନିକ ୫୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ଏବଂ ୮ ମେଗାଓ୍ବାଟ୍‌ର କୋ ଜେନ ପାଓ୍ବାର ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୮୭୦ କୋଟି ଟଙ୍କାର ପୁଞ୍ଜିବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୧୯୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ (ଏଚ୍‌ପିସିଏଲ୍‌) ନବରଙ୍ଗପୁର ଜିଲାର ଉମରକୋଟଠାରେ ୫୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ଏଚ୍‌ପିସିଏଲ ୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୪୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
ନିଓ୍ବାଟ ଏନର୍ଜି ପ୍ରାଇଭେଟ ଲିମିଟେଡ ଅନୁଗୋଳ ଜିଲା ବନ୍ତଳାଠାରେ ୧୦୦ କିଲୋଲିଟର ଇଥାନଲ ପ୍ଲାଣ୍ଟ ସହିତ ୧୨ ଟିପିଡି କ୍ଷମତା ବିଶିଷ୍ଟ କମ୍ପ୍ରେସଡ୍‌ ବାୟୋଗ୍ୟାସ(ସିବିଜି) ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ କମ୍ପାନୀ ୧୨୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବ। ଏହି ପ୍ରକଳ୍ପରେ ୬୫୦ ଜଣଙ୍କୁ ନିଯୁକ୍ତ ମିଳି ପାରିବ। ସେହିପରି ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଠାରେ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲସ୍‌ ଆଣ୍ଡ ଇନ୍‌ଫ୍ରାଷ୍ଟକ୍ଚର ଦ୍ୱାରା ଏକ ମଲ୍ଟି ମୋଡାଲ ଲଜିଷ୍ଟିକ ପାର୍କ ନିର୍ମାଣ କରାଯିବ। ଏଥିରେ କମ୍ପାନୀ ୧୫୦ କୋଟି ଟଙ୍କା ଖର୍ଚ୍ଚ କରିବ। ଏହି ପ୍ରକଳ୍ପରେ ୧୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ବଲାଙ୍ଗୀର ଜିଲା ସଇଁତଳାଠାରେ ଆଦିତ୍ୟ ବିର୍ଲା ରିନୋବଲ୍ସ ଲିମିଟେଡ ପକ୍ଷରୁ ୮୯.୪୪ କୋଟି ଟଙ୍କା ବ୍ୟୟରେ ୧୮.୭୫ ମେଗାଓ୍ବାଟ୍‌ର ଏକ ସୌରଶକ୍ତି ପ୍ଲାଣ୍ଟ ସ୍ଥାପନ କରାଯିବ। ଏଥିରେ ୨୮ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ସେହିପରି ଖୋର୍ଦ୍ଧା ଜିଲାରେ ଏକ ୫ ତାରକା ଡିଲକ୍ସ ହୋଟେଲ ସ୍ଥାପନ କରିବାକୁ ଆଟମୋସ୍ପିୟର କୋର୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଥିରେ ୧୮୪.୬୪ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ। ଏହା କାର୍ଯ୍ୟକ୍ଷମ ହେଲେ ୪୬୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଖୋର୍ଦ୍ଧା ଜିଲାର ଚନ୍ଦକାଠାରେ ଡି.ଏନ. ହୋମ୍ସ ପକ୍ଷରୁ ଏକ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ। ଏଥିରେ ୧୬୪ କୋଟି ଟଙ୍କା ବ୍ୟୟ କରାଯିବ। ଏଥିରେ ୪୬୩ ଜଣଙ୍କୁ ନିଯୁକ୍ତି ମିଳିପାରିବ।
ଏହି ବୈଠକରେ ଶିଳ୍ପ ସଚିବ ହେମନ୍ତ ଶର୍ମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନାଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri