୪୫୦ କୋଟିର ୭ ବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୨୨।୫(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସ ଯୋଗେ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲାରେ ୬ଟି ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନର ଲୋକାର୍ପଣ କରିଛନ୍ତି। ଏହି ୬ ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନ୍ସମିିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଦ୍ୟୁତ୍‌ ହେଉଛି ବିକାଶର ଜୀବନରେଖା। ପାଣି ଭଳି ବିଦ୍ୟୁତ୍‌ ସମସ୍ତଙ୍କ ପାଇଁ ଖୁବ୍‌ ଜରୁରୀ। ତେଣୁ ଲୋକେ ବିଦ୍ୟୁତ୍‌ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରନ୍ତୁ। ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ୍‌ ସେବା ଯୋଗାଇଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲାର ଚାଷୀ, ଛାତ୍ରୀଛାତ୍ର ଓ ମା’ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ରଶିଳ୍ପ ଓ ଜଳସେଚନ ପ୍ରକଳ୍ପଗୁଡ଼ିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଛନ୍ତି। ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ୍‌ ଷ୍ଟ୍ରେଙ୍ଗ୍‌ଦେନିଂ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍‌ଷ୍ଟେଶନ କାର୍ଯ୍ୟକାରୀ କରାଯାଇଛି। ରାଜ୍ୟରେ ଲୋ-ଭୋଲ୍ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡ଼ା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦ୍ୟୁତ୍‌ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଓପିଟିସିଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri