୪୫୦ କୋଟିର ୭ ବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୨୨।୫(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସ ଯୋଗେ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲାରେ ୬ଟି ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନର ଲୋକାର୍ପଣ କରିଛନ୍ତି। ଏହି ୬ ଉଚ୍ଚଶକ୍ତି ସମ୍ପନ୍ନ ଗ୍ରୀଡ୍‌ ସବ୍‌ଷ୍ଟେଶନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନ୍ସମିିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଦ୍ୟୁତ୍‌ ହେଉଛି ବିକାଶର ଜୀବନରେଖା। ପାଣି ଭଳି ବିଦ୍ୟୁତ୍‌ ସମସ୍ତଙ୍କ ପାଇଁ ଖୁବ୍‌ ଜରୁରୀ। ତେଣୁ ଲୋକେ ବିଦ୍ୟୁତ୍‌ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରନ୍ତୁ। ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ୍‌ ସେବା ଯୋଗାଇଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲାର ଚାଷୀ, ଛାତ୍ରୀଛାତ୍ର ଓ ମା’ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ରଶିଳ୍ପ ଓ ଜଳସେଚନ ପ୍ରକଳ୍ପଗୁଡ଼ିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଛନ୍ତି। ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ୍‌ ଷ୍ଟ୍ରେଙ୍ଗ୍‌ଦେନିଂ ପ୍ରୋଜେକ୍ଟ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍‌ଷ୍ଟେଶନ କାର୍ଯ୍ୟକାରୀ କରାଯାଇଛି। ରାଜ୍ୟରେ ଲୋ-ଭୋଲ୍ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡ଼ା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦ୍ୟୁତ୍‌ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଓପିଟିସିଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri