୭ ଡକାୟତି ମାମଲାର ପର୍ଦ୍ଦାଫାଶ: ଧରାପଡ଼ିଲେ ୩ ଅଭିଯୁକ୍ତ

ରାୟଗଡ଼ା,୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ପୋଲିସ ୭ଟି ଡକାୟତି ମାମଲାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୨୧୨ ଗ୍ରାମ ସୁନା, ୪ଟି ମୋବାଇଲ ଫୋନ ଏବଂ ଗୋଟିଏ ପଲସର୍‌ ଗାଡ଼ି ଜବତ କରିଛି। ଜବତ ସୁନା ମଧ୍ୟରେ ୬ଟି ସୁନା ଖଣ୍ଡ, ୨ଟି ସୁନା ଚେନ ଏବଂ ଗୋଟିଏ ମଙ୍ଗଳସୂତ୍ର ରହିଛି। ଏନେଇ ଜିଲା ପୋଲିସ କାର୍ଯ୍ୟାଳୟରେ ଏସ୍‌ପି ହରିଶ ବିସି ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଗିରଫ ୩ଜଣ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟର ମାନ୍ୟମ୍‌ପାର୍ବତିପୁରମ ଜିଲାର ମିନକା ସୂର୍ଯ୍ୟ କୁମାର, ବିଶାଖାପାଟଣା ଜିଲାର ପି ଚନ୍ଦ୍ରଶେଖର ଏବଂ ରାୟଗଡ଼ା ଜିଲା ସଦର ମହକୁମାର ତୁମ୍ବିଗୁଡ଼ା ଗ୍ରାମର ସିଦ୍ଧୁ ମେଲକା ।

ମିଳିଥିବା ସୂଚନା ମୁତାବକ, ଘଟଣାରୁ ପ୍ରକାଶ ଯେ, ରାୟଗଡ଼ାରୁ ପାର୍ବତୀପୁରମ ରାସ୍ତାରେ ପ୍ରତିଦିନ ମୋଟରସାଇକେଲ ଏବଂ ସ୍କୁଟିରେ ଯାତାୟାତ କରୁଥିବା ମହିଳାମାନଙ୍କୁ ଏହି ଲୁଟେରାମାନେ ଟାର୍ଗେଟ କରି ବେକରୁ ସୁନା ଚେନ ଟାଣି ଛିନତାଇ କରୁଥିଲେ।

ବିଶେଷ କରି ଆନ୍ଧ୍ରପ୍ରଦେଶ ରାଜ୍ୟରୁ ରାୟଗଡ଼ା ସହର ସ୍ଥିତ ମଝିଘରିଆଣୀ ମନ୍ଦିର ଓ ଝୁଲା ପୋଲ ବୁଲିବାକୁ ଆସୁଥିବା ଯାତ୍ରୀମାନଙ୍କୁ ଟାର୍ଗେଟ କରୁଥିଲେ ଦୃର୍ବୁତ୍ତ। ବାରମ୍ବାର ଏହିଭଳି ଡକାୟତି, ଛିନତାଇ ହେଉଥିଲେ ମଧ୍ୟ ଏନେଇ ପୋଲିସ କୌଣସି ଟେର ପାଇପାରୁ ନ ଥିଲା। ତେବେ ଶେଷଖାଲ ଥାନାରେ ହୋଇଥିବା ୭ଟି ଅଭିଯୋଗକୁ ଭିତ୍ତି କରି ଶେଷଖାଲ ଥାନା ଆଇଆଇସି ମୁନି ଆଚାର୍ଯ୍ୟଙ୍କ ନେତୃତ୍ୱରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri