୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ଫୋରଣ: ବନ ବିଭାଗ ଗାଡ଼ିକୁ ଉଡ଼ାଇଦେବାକୁ ହୋଇଥିଲା ଯୋଜନା

ବଘିଆପଡ଼ା,୨୮।୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଲକଡ଼ପାଯୁ ଜଙ୍ଗଲରେ ୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ପୋରଣ ଘଟିଛି। ବନ ବିଭାଗର ଗାଡ଼ିକୁ ବିସ୍ଫୋରଣରେ ଉଡ଼ାଇ ଦେବାକୁ ଯୋଜନା ହୋଇଥିବା ବେଳେ ୫୦ଜଣ ବନ କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୁରକ୍ଷାକର୍ମୀ ଗଞ୍ଜେଇ ଗଛ ନଷ୍ଟକରିବାକୁ ଜଙ୍ଗଲକୁ ଯାଇଥିବା ବେଳେ ଏହି ବିସ୍ଫୋରଣ ଘଟିଛି। ଘଟଣାସ୍ଥଳରୁ ବିସ୍ଫୋରଣ ସାମଗ୍ରୀ ସହ ବିଦ୍ୟୁତ୍‌ ତାର ଜବତ କରାଯାଇଛି।

ସୂଚନାଯୋଗ୍ୟ, ବୌଦ୍ଧ ଜିଲାରେ ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରିବା ପାଇଁ ବନ ବିଭାଗ ଉଦ୍ୟମ ଆରମ୍ଭ କରିଛି। ପ୍ରତିଦିନ ଶହ ଶହ ଏକର ଜଙ୍ଗଲ ଜମିରେ ଲାଗିଥିବା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରାଯାଉଛି। ଏଭଳି ପଦକ୍ଷେପ ଏବେ ଗଞ୍ଜେଇ ମାଫିଆଙ୍କ ନିଦ ହଜେଇ ଦେଇଛି।

ଅନ୍ୟପକ୍ଷେ ଲକଡ଼ପାଯୁ ଜଙ୍ଗଲରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରିବା ପାଇଁ ବନ ବିଭାଗ କର୍ମଚାରୀଙ୍କ ସହ ପୋଲିସ, ଅବକାରୀ ବିଭାଗର ୫୦ ଜଣିଆ ଟିମ୍‌ ଜଙ୍ଗଲକୁ ଯାଉଥିଲେ। ଗାଡି ଲକଡ଼ପାଯୁ ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଗୋଟିଏ ପରେ ଗୋଟିଏ ୭ଟି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ କୌଣସି କ୍ଷୟକ୍ଷତି ଘଟି ନ ଥିବା ଜଣାପଡ଼ିଛି। ଏହି ଘଟଣାରୁ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଲକଡ଼ପାଯୁ ଜଙ୍ଗଲଠାରୁ କନ୍ଧମାଳ ଜିଲା ସୀମା ୭କି.ମି. ହୋଇଥିବାରୁ ଏହି ଘଟଣା ପଛରେ ଗଞ୍ଜେଇ ମାଫିଆ କିମ୍ବା ମାଓବାଦୀଙ୍କ ହାତ ରହିଛି ତାହା ଏବେ ପ୍ରଶ୍ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri