୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ଫୋରଣ: ବନ ବିଭାଗ ଗାଡ଼ିକୁ ଉଡ଼ାଇଦେବାକୁ ହୋଇଥିଲା ଯୋଜନା

ବଘିଆପଡ଼ା,୨୮।୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଲକଡ଼ପାଯୁ ଜଙ୍ଗଲରେ ୭ ରାଉଣ୍ଡ ଲ୍ୟାଣ୍ଡମାଇନ ବିସ୍ପୋରଣ ଘଟିଛି। ବନ ବିଭାଗର ଗାଡ଼ିକୁ ବିସ୍ଫୋରଣରେ ଉଡ଼ାଇ ଦେବାକୁ ଯୋଜନା ହୋଇଥିବା ବେଳେ ୫୦ଜଣ ବନ କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୁରକ୍ଷାକର୍ମୀ ଗଞ୍ଜେଇ ଗଛ ନଷ୍ଟକରିବାକୁ ଜଙ୍ଗଲକୁ ଯାଇଥିବା ବେଳେ ଏହି ବିସ୍ଫୋରଣ ଘଟିଛି। ଘଟଣାସ୍ଥଳରୁ ବିସ୍ଫୋରଣ ସାମଗ୍ରୀ ସହ ବିଦ୍ୟୁତ୍‌ ତାର ଜବତ କରାଯାଇଛି।

ସୂଚନାଯୋଗ୍ୟ, ବୌଦ୍ଧ ଜିଲାରେ ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରିବା ପାଇଁ ବନ ବିଭାଗ ଉଦ୍ୟମ ଆରମ୍ଭ କରିଛି। ପ୍ରତିଦିନ ଶହ ଶହ ଏକର ଜଙ୍ଗଲ ଜମିରେ ଲାଗିଥିବା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରାଯାଉଛି। ଏଭଳି ପଦକ୍ଷେପ ଏବେ ଗଞ୍ଜେଇ ମାଫିଆଙ୍କ ନିଦ ହଜେଇ ଦେଇଛି।

ଅନ୍ୟପକ୍ଷେ ଲକଡ଼ପାଯୁ ଜଙ୍ଗଲରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରିବା ପାଇଁ ବନ ବିଭାଗ କର୍ମଚାରୀଙ୍କ ସହ ପୋଲିସ, ଅବକାରୀ ବିଭାଗର ୫୦ ଜଣିଆ ଟିମ୍‌ ଜଙ୍ଗଲକୁ ଯାଉଥିଲେ। ଗାଡି ଲକଡ଼ପାଯୁ ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଗୋଟିଏ ପରେ ଗୋଟିଏ ୭ଟି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ କୌଣସି କ୍ଷୟକ୍ଷତି ଘଟି ନ ଥିବା ଜଣାପଡ଼ିଛି। ଏହି ଘଟଣାରୁ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଲକଡ଼ପାଯୁ ଜଙ୍ଗଲଠାରୁ କନ୍ଧମାଳ ଜିଲା ସୀମା ୭କି.ମି. ହୋଇଥିବାରୁ ଏହି ଘଟଣା ପଛରେ ଗଞ୍ଜେଇ ମାଫିଆ କିମ୍ବା ମାଓବାଦୀଙ୍କ ହାତ ରହିଛି ତାହା ଏବେ ପ୍ରଶ୍ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri