ବିଦ୍ୟାଳୟ ଛାତ ପ୍ଲାଷ୍ଟର ଖସି ୭ ଛାତ୍ରୀଛାତ୍ର ଆହତ ହେବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପିଡି ଡିଆରଡିଏ

କେନ୍ଦୁଝର,୧ା୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟ ସିଲିଂରୁ ପ୍ଲାଷ୍ଟର ଖସି ୭ ଜଣ ଆଦିବାସୀ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଶ୍ରେଣୀରେ ପାଠ ପଢୁଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିଥିଲା। ଏହି ଘଟଣାକୁ ପ୍ରଶାସନ ଗୁରୁତର ସହ ନେଇଛି। ଏ ନେଇ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ଘଟଗାଁ ବିଡିଓଙ୍କୁ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ପରିଷଦ କାର୍ଯ୍ୟାଳୟର ଚିଠି ନଂ ୫୫୬୨ ତା ୩୦/୦୯/୨୦୨୨ରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଏହି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଘଟଗାଁ ବିଡିଓ ନାରାୟଣ ସାହୁ ଅର୍ଜୁନବିଲା ବିଦ୍ୟାଳୟ ଯାଇ ତଦନ୍ତ କରିଛନ୍ତି। ବିଦ୍ୟାଳୟ ମରାମତି ସମୟରେ ସଠିକ୍‌ ତଦାରଖ ହୋଇ ନ ଥିବାରୁ ଏପରି ଅଘଟଣ ଘଟିଥିବା ସ୍ଥାନୀୟ ଲୋକ କହିଛନ୍ତି। ଗତ ୨ ମାସ ତଳେ ୨ ଲକ୍ଷ ୬୦ ହଜାର ଟଙ୍କାରେ ପଞ୍ଚାୟତ ସମିତି ପକ୍ଷରୁ ଏହାର ମରାମତି କରାଯାଇଥିଲା। କନିଷ୍ଠ ଯନ୍ତ୍ରୀ ଅନ୍ନପୂର୍ଣ୍ଣ ଘଡେଇଙ୍କ ନାମରେ ବିଭାଗୀୟ କାର୍ଯ୍ୟାଦେଶ ହୋଇଥିବାବେଳେ ଗଦାଧରପୁର ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସସ୍ମିତା ହେମ୍ବ୍ରମ ଏହାର ତଦାରଖ ପାଇଁ ନିର୍ଦ୍ଦେଶ ରହିଥିଲା। ବିଦ୍ୟାଳୟ ମରାମତି ସମୟରେ ଟେକନିକାଲ ତଦାରଖ ଠିକ୍‌ ଭାବରେ କରାଯାଇ ନ ଥିବାରୁ ଏପରି ଅଘଟଣ ଘଟିଥିଲା। ସରକାରୀ ଅର୍ଥ ବିନିଯୋଗ ସମୟରେ ସ୍ବଚ୍ଛତା ରକ୍ଷା ପାଇଁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ପାଇଁ ନିମ୍ନମାନର କାର୍ଯ୍ୟ ହୋଇଥିଲା। ବିଦ୍ୟାଳୟରେ ପଢୁଥିବା ଆଦିବାସୀ ଛାତ୍ରୀଛାତ୍ର ବଡ଼ ଧରଣର ଅଘଟଣରୁ ଅଳ୍ପକେ ରକ୍ଷା ପାଇଥିଲେ। ଏହି ଘଟଣା ପରେ ପିଲା ଭୟଭୀତ ହୋଇ ବିଦ୍ୟାଳୟ ଆସୁ ନ ଥିବା ଜଣାପଡ଼ିଛି। ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ଏହି ବିଦ୍ୟାଳୟରେ ୩୫ ଜଣ ଛାତ୍ରୀଛାତ୍ର ପଢୁଛନ୍ତି। ତେବେ ଏହି ଘଟଣାରେ ବିଭାଗୀୟ ଯନ୍ତ୍ରୀ ଓ ଠିକାଦାରଙ୍କ ବିରୋଧରେ କ’ଣ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତାହା ଦେଖିବାକିୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri