ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର ମତ୍ସ୍ୟଜୀବୀମାନେ କୂଳକୁ ଟାଣିବାରେ ନାକେଦମ ହୋଇଥିଲେ। ବୁଧବାର ରାତି ୯ଟାରେ ଜାଲ ସହିତ ମାଛକୁ ମୃତ ଅବସ୍ଥାରେ କୂଳକୁ ଆଣିଥିଲେ। ଗୁରୁବାର ସକାଳୁ ଏତେବଡ ମାଛକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ପ୍ରକାଶ କରିବା ସହ ଦେଖିବା ଲାଗି ସେଠାରେ ସ୍ଥାନୀୟ ଲୋକ ଓ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ହୋଇଥିଲା। ଖବରପାଇ ବନବିଭାଗର ବରିଷ୍ଠ ଅଧିକାରୀମାନେ ପହଞ୍ଚି ଏହି ବିରଳ ପ୍ରଜାତିର ମାଛ ମୃତବସ୍ଥାରେ କିପରି ଜାଲରେ ଛନ୍ଦି ହେଲା, ତାହାର ତଦନ୍ତ କରିଥିଲେ। ମୃତ ମାଛର ଲମ୍ବ ୧୭ ଫୁଟ ୭ ଇଞ୍ଚ ଥିବାବେଳେ ଓଜନ ୭ଟନ। ଏହା ୨୦ବର୍ଷର ମାଛ ବୋଲି ବନବିଭାଗ ସୂଚନା ଦେଇଛି। ମାଛକୁ ଉଦୟପୁର ବନବିଭାଗ ପରିସରକୁ ଅଣାଯାଇଥିଲା। ଜିଲା ବନ୍ୟଜୀବ ବନ୍ୟଖଣ୍ଡ ଅଧିକାରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ବନ୍ୟ ସଂରକ୍ଷକ ଜୟଶ୍ରୀ ମୁର୍ମୁ, ବନ୍ୟପ୍ରାଣୀ ତତ୍ତ୍ୱବଧାରକ ଅଶ୍ୱନୀ କୁମାର ଦାସ, ଜୀବବିଜ୍ଞାନୀ ସ୍ବରୂପ ଫୁଲନଟନ, ବନପାଳ ସଞ୍ଜୟ କୁମାର ମହାନ୍ତି, ବ୍ଲକ ପ୍ରାଣୀଧନ ଚିକିତ୍ସାଧିକାରୀ ଚିନ୍ମୟ କୁମାର ସାହୁ, ବନରକ୍ଷୀ ପ୍ରମିଳା ସେନ, ସବୁଜ ବାହିନୀର ହରିଶଙ୍କର ସାହୁ, ବାବୁଲି ଦାସ ପ୍ରମୁଖ ଉପସ୍ଥିତିରେ ବ୍ୟବଚ୍ଛେଦ କରାଯାଇ ମାଛକୁ ପୋତି ଦିଆଯାଇଥିଲା। ଏହି ବିରଳ ମାଛ ସାଧାରଣତଃ ଆରବସାଗରରେ ଦେଖା ଦେଇଥିବାବେଳେ ତାପମାତ୍ରର ଉଷ୍ମତା ଯୋଗୁ କାଁ ଭାଁ ଅନୁକୂଳ ପାଗ ଯୋଗୁ ବଙ୍ଗୋପସାଗରକୁ ଆସିଥାଇପାରେ ଓ ଗଭୀର ସମୁଦ୍ରରେ ଜାହାଜରେ ଧକ୍କା ଖାଇ ମୃତ ହୋଇଥାଇପାରେ ବୋଲି ମତ୍ସ୍ୟଜୀବୀମାନେ ଅନୁମାନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri