ବାର୍‌ହା ଆକ୍ରମଣରେ ୭ ଗୁରୁତର

ହିିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ବ୍ରହ୍ମପୁର ସଦର ଥାନା ଏ ଚନ୍ଦ୍ରମଣିପୁର ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ୭ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶାନ୍ତା ରୁନିଆ(୧୧), ଜୀବନ ଗଉଡ଼(୭), ସୂର୍ଯ୍ୟ ଗଉଡ଼(୩୦), ସୁଶିଳା ଗଉଡ଼(୫୫), ଜୟନ୍ତିି ଜେନା(୪୨), ପ୍ରିୟଙ୍କା ବିଷୋୟୀ(୨୬) ଓ ସୁଶୀଳା ସ୍ବାଇଁ(୪୫) । ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ହିଞ୍ଜିଳିକାଟୁ ସବ୍‌ଡିଭିଜନ ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଛି।
ପ୍ରକାଶ ଯେ, ପୂର୍ବାହ୍ନରେ ଗାଁ ଦାଣ୍ଡରେ ଖେଳୁଥିବା ଶାନ୍ତା ଓ ଜୀବନଙ୍କୁ ଏକ ବାର୍‌ହା ଅତର୍କିତ ଆକ୍ରମଣ କରିଥିଲା। ଗାଁଲୋକେ ନାବାଳକଙ୍କୁ ଉଦ୍ଧାର କରିବାକୁ ଦୌଡ଼ି ଆସିବାରୁ ବାର୍‌ହା ଘଟଣାସ୍ଥଳରୁ ପଳାଇ ଯାଇଥିଲା। ପରେ ଗ୍ରାମ ନିକଟରେ ବିଲରେ ଚାଷ କାମ କରୁଥିବା ୫ଜଣଙ୍କ ଉପରେ ଉକ୍ତ ବାର୍‌ହା ଆକ୍ରମଣ କରିଥିଲା। ଗ୍ରାମବାସୀ ବାର୍‌ହା ପିଚ୍ଛା କରିଥିଲେ ମଧ୍ୟ ତାକୁ କାବୁ କରିପାରି ନ ଥିଲେ। ଅନ୍ୟପକ୍ଷରେ ଆହତ ୭ଜଣଙ୍କୁ ଗ୍ରାମବାସୀ ଉଦ୍ଧାରକରି ପ୍ରଥମେ ହିଞ୍ଜିଳିକାଟୁ ଉପଖଣ୍ଡ ଡ଼ାକ୍ତରଖାନାରେ ଚିକିତ୍ସା କରାଇଥିଲେ। ସେଠାରୁ ଗୁରୁତର ୪ଜଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଗତ କିଛି ଦିନ ଧରି ଉକ୍ତ ଅଞ୍ଚଳର ଚନ୍ଦ୍ରମଣିପୁର, ଅଲାରିଗଡ଼, ବଳରାମପୁର, ଲକ୍ଷ୍ମୀପୁର, ପାଣ୍ଡିଆଝୋଳି ପ୍ରଭୃତି ଗ୍ରାମରେ ବାର୍‌ହା ଉପଦ୍ରବ ହେଉଥିବା ଅଭିଯୋଗ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?