ମାତିଛି ମଣିଷ ଖିଆ ବାଘ, ୭ ବର୍ଷର ଶିଶୁଙ୍କୁ ଖାଇଗଲା

ନୂଆପଡ଼ା,୩୧।୧୦(ମକାରୁ ବେମାଲ): ନୂଆପଡା ଜିଲାରେ କିଛି ମାସ ବ୍ୟବଧାନ ପରେ ପୁଣି ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଭରୁଆମୁଣ୍ଡା ପଞ୍ଚାୟତ କଟିଙ୍ଗପାଣି ଗାଁର ଗୌଧସ ପଡ଼ାରେ ବାଘ ଆତଙ୍କ ଦେଖାଦେଇଛି।  ଧରମବନ୍ଧା ଥାନା କଟିଙ୍ଗପାଣି ଗ୍ରାମର ଗୌଧସ ପଡାର ଜଣେ ୭ ବର୍ଷର ଶିଶୁକୁ ବାଘ ଖାଇଥିବା ପରିବାର ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକ ହେଲେ ଗୌଧସ ପଡାର ହୁମନ ଧରୁଆଙ୍କ ପୁଅ ଡମ୍ବୁର (୭)। ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଏପରିକି ଏକ ଗାଈକୁ ମଧ୍ୟ ବାଘ ଆକ୍ରମଣ କରି ଶିକାର କରିଥିବା ଜଣାପଡିଛି।

ପ୍ରାପ୍ତ ସୂଚନା ଅନୁସାରେ, ସାରେ ଡମ୍ବୁର ନିଜ ଘର ସମ୍ମୁଖରେ ଖେଳୁଥିଲେ। ଏହି ସମୟରେ ହଠାତ ଦୁଇଟି ବାଘ ପାଖ ଜଙ୍ଗଲରୁ ଆସି ଡମ୍ବୁରୁଙ୍କୁ ଝାମ୍ପି ନେଉଥିଲା। ଏହା ଦେଖି ପରିବାର ଲୋକେ ଓ ଗ୍ରାମବାସୀ ହୋହଲା କରି ହାତରେ ଠେଙ୍ଗା, ବାଡ଼ି, କୁରାଡ଼ି ଓ ମାରଣାସ୍ତ୍ର ଧରି ବାଘକୁ ଜଙ୍ଗଲକୁ ଘଉଡାଇ ଶିଶୁକୁ ଉଦ୍ଧାର କରିଥିଲେ। ହେଲେ ଘଟଣାସ୍ଥଳରେ ହିଁ ଶିଶୁର ମୃତ୍ୟୁ ଘଟିଥିଲା। ଏବେ ବାଘ ଆତଙ୍କରେ ଲୋକେ ଭୟଭୀତ ହୋଇ ତାଟିକବାଟ ବନ୍ଦ କରି ଆତଙ୍କିତ ଅବସ୍ଥାରେ ଅଛନ୍ତି। ମୃତଦେହ ଆମ୍ବୁଲାନ୍ସ ଜରିଆରେ ନୂଆପଡା ହସ୍ପିଟାଲକୁ ଅଣାଯାଉଛି। ଉଲ୍ଲେଖଯୋଗ୍ୟ ଯେ, ଗତ ମାର୍ଚ୍ଚ ୨୦ରେ କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ପଞ୍ଚାୟତ ଜଲମଡେଇ ଗାଁର ବୃଦ୍ଧା ସାନମତି ବାରିକ (୬୮)ଙ୍କୁ ବାଘ ଜଙ୍ଗଲକୁ ଟେକି ନେଇ ଖାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri