Posted inଫୁରସତ

କରୋନା ଭୟ ଦେଖାଇ ୭ ବର୍ଷୀୟା ବାଳିକାଙ୍କୁ ବଳାତ୍କାର

ବିଳାସପୁର: ଛତିଶଗଡ଼ର ଗୋରେଲା-ପେଣ୍ଡ୍ରା-ମାରଓ୍ବାହି ଜିଲାରେ କରୋନା ଭୟ ଦେଖାଇ ଜଣେ ୭ ବର୍ଷର ବାଳିକାକୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ୨ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ଜୁଲାଇ ପ୍ରଥମ ସପ୍ତାହରେ ସେ କାଠ ସଂଗ୍ରହ କରିବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ୨ ନାବାଳକ ତାଙ୍କୁ ରାସ୍ତାରେ ଅଟକାଇଥିଲେ। ସେ କରୋନା ଆକ୍ରାନ୍ତ ହୋଇଥିବାରୁ ଚିକିତ୍ସାର ଆବଶ୍ୟକତା ରହିଛି ବୋଲି ସେମାନେ କହିଥିଲେ। ପରେ ନାବାଳିକାଙ୍କୁ ନିକଟସ୍ଥ ଜଣଙ୍କ ଘରକୁ ନେଇ ସେଠାରେ ବଳାତ୍କାର କରିଥିଲେ। ପୀଡିତାଙ୍କ ମା’ଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ଏ ନେଇ ଜିଲା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri