Posted inଖେଳ

୭ ବର୍ଷ ପରେ ଆଇପିଏଲ୍‌ରେ ଏମିତି କଲା ଆରସିବି

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଚେନ୍ନାଇରେ ସନରାଇଜର୍ସ ହାଇଦ୍ରାବାଦ ଏହା କ୍ରମାଗତ ପଞ୍ଚମ ପରାଜୟ ଚାରିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇପିଏଲର ଦ୍ୱିତୀୟ ମ୍ୟାଚରେ ପ୍ରଥମେ ଖେଳି ୮ ଉଇକେଟ ହରାଇ ୧୪୯ ସ୍କୋର କରିଥିଲା। ଏହାର ଜବାବରେ ହାଇଦ୍ରାବାଦର ଦଳ କେବଳ ୯ ଉଇକେଟ ହରାଇ ୧୪୩ ରନ କରିବାରେ ସକ୍ଷମ ହୋଇଛି। ଏହା ହେଉଛି ହାଇଦ୍ରାବାଦର କ୍ରମାଗତ ଦ୍ୱିତୀୟ ପରାଜୟ। ଦଳ ପ୍ରଥମ ମ୍ୟାଚରେ କେକେଆରଠାରୁ ହାରିଥିଲା। ସେହିପରି ଆରସିବିର ଏହା ହେଉଛି କ୍ରମାଗତ ଦ୍ୱିତୀୟ ବିଜୟ। ଲିଗ୍‌ ଉଦଘାଟନୀ ମ୍ୟାଚରେ ଦଳ ମୁମ୍ବାଇ ଇଣ୍ଡିଆନ୍ସକୁ ୨ ଉଇକେଟରେ ପରାସ୍ତ କରିଥିଲା। ୭ ବର୍ଷ ପରେ ଦଳ କ୍ରମାଗତ ଦୁଇଟି ଓପନିଂ ମ୍ୟାଚ ଜିତିଛି। ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ଆଇପିଏଲ୍‌ ଟୁର୍ନାମେଣ୍ଟ ଆଦୌ ଜିତିନାହିଁି ଆରସିବି। ଗତଥର ଦଳ ଭଲ ପ୍ରଦର୍ଶନ କରି ପ୍ଲେଅଫ୍‌ରେ ପହଞ୍ଚିବାରେ ସକ୍ଷମ ହୋଇଥିଲା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଏହି ଦଳ ଚଳିତବର୍ଷ ଆଇପିଏଲ୍‌ ଜିତିବାକୁ ଚେଷ୍ଟା କରିବ ବୋଲି ପ୍ରଶଂସକ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri