Posted inଫୁରସତ

୭ ବର୍ଷ ଧରି ନେଉଛନ୍ତି ଗର୍ଭଧାରଣର ଅନୁଭୂତି

କାନବେରା

ପ୍ରତ୍ୟେକ ବିବାହିତା ମହିଳାଙ୍କ ପାଇଁ ମା’ ହେବା ବହୁତ ଖାସ୍‌ ହୋଇଥାଏ। ଆଗକାଳରେ ମହିଳାମାନେ ଅଧିକ ଶିଶୁ ଜନ୍ମ କରୁଥିଲେ। ସେମାନଙ୍କ ଲାଳନପାଳନ କରିବାକୁ ମଧ୍ୟ ଅଧିକ ପରିଶ୍ରମ କରିବାକୁ ପଡୁଥିଲା। ହେଲେ ଧୀରେ ଧୀରେ ତାହା କମିଛି। ଏବେ ପ୍ରତ୍ୟେକଙ୍କ ଗୋଟିଏ କିମ୍ବା ୨ଟି ପିଲା ରହିଛନ୍ତି। ହେଲେ ଅଷ୍ଟ୍ରେଲିଆର ଜଣେ ମହିଳା ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏପର୍ଯ୍ୟନ୍ତ ୯ଟି ପିଲା ଥିବାବେଳେ ସେ ବର୍ତ୍ତମାନ ୧୦ମ ଥର ପାଇଁ ଗର୍ଭବତୀ ଅଛନ୍ତି। ରିପୋର୍ଟ ମୁତାବକ, ଅଷ୍ଟ୍ରେଲିଆର କ୍ଲୋଇ ନାମ୍ନୀ ମହିଳା ଗତ ୭ ବର୍ଷ ହେବ ଗର୍ଭବତୀ ରହୁଛନ୍ତି। ସେ ପ୍ରତିବର୍ଷ ଗର୍ଭଧାରଣର ଅନୁଭୂତି ନେଉଛନ୍ତି। ତାଙ୍କର ୯ଟି ପିଲା ଅଛନ୍ତି। ଆସନ୍ତା ବର୍ଷ ସେ ତାଙ୍କର ୧୦ମ ଶିଶୁ ଜନ୍ମଦେବାକୁ ଯାଉଛନ୍ତି। ନିକଟରେ କ୍ଲୋଇ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ସେଥିରେ ସେ ତାଙ୍କ ସ୍ବାମୀ ଏବଂ ୯ ଶିଶୁଙ୍କ ସହିତ ପୋଜ୍‌ ଦେଇ ଠିଆ ହୋଇଛନ୍ତି। ଏଥିସହ ତାଙ୍କ ହାତରେ ଅଲ୍‌ଟ୍ରାସାଉଣ୍ଡର ଏକ ଫଟୋ ମଧ୍ୟ ରହିଛି। ସେ କହିଛନ୍ତି, ତାଙ୍କ ୧୦ମ ପିଲା ୨୦୨୪ ଫେବୃୟାରୀରେ ଜନ୍ମନେବ। ତେବେ ସେ ୭ ବର୍ଷରେ କିଛିଥର ୨ କିମ୍ବା ୩ ଯାଅଁାଳା ଛୁଆ ଜନ୍ମ କରିଥିବା କହିଛନ୍ତି। ଏଥିରେ ସେ ଏବଂ ତାଙ୍କ ସ୍ବାମୀ ବେଶ୍‌ ଖୁସି ଥିବା କହିଛନ୍ତି। ହେଲେ ପୋଷ୍ଟ ଶେୟାର ପରେ ଅନେକେ ତାଙ୍କୁ କମେଣ୍ଟ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri