୭ବର୍ଷ ହେଲା ଓଭରବ୍ରିଜ୍‌ କାମ ସରୁନି

ଜଟଣୀ,୪ା୧୧(ଡି.ଏନ୍‌.ଏ.): ଜଟଣୀର ବହୁପ୍ରତୀକ୍ଷିତ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ଓ ବିଳମ୍ବ ପ୍ରତିବାଦରେ ଗୁରୁବାର ଜଟଣୀ ନାଗରିକ କମିଟି ପକ୍ଷରୁ ସୀତାରାମ ଛକଠାରେ ଦୁଇଦିନିଆ ଗଣଧାରଣା ଓ ଅନଶନ କରାଯାଇଛି। ନାଗରିକ କମିଟିର ସଭାପତି ମନ୍ମଥ ରାଉତରାୟଙ୍କ ନେତୃତ୍ୱରେ ଉକ୍ତ କମିଟି ସଦସ୍ୟ ଓ କଂଗ୍ରେସ କର୍ମୀମାନେ ଅନଶନରେ ବସିଛନ୍ତି। ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇ କାର୍ଯ୍ୟ ବିଳମ୍ବ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ଶୁକ୍ରବାର କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଶାସନିକ ଅଧିକାରୀଙ୍କ ଜରିଆରେ ପ୍ରଦାନ କରାଯିବ। ଦୁଇ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେଲେ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ବିଧାୟକଙ୍କ ରାଜନୈତିକ ସଚିବ କଳିଙ୍ଗ କୁମାର ସାହୁ କହଛନ୍ତି। ଉକ୍ତ କମିଟି ସଭାପତି ରାଉତରାୟ କୁହନ୍ତି, ୨୦୨୪ ନିର୍ବାଚନ ପୂର୍ବରୁ ଓଭରବ୍ରିଜ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଗଲେ ବିଧାୟକ କାଳେ ଶ୍ରେୟ ନେଇଯିବେ, ସେଥିପାଇଁ ବର୍ତ୍ତମାନ କାର୍ଯ୍ୟ ବନ୍ଦ ରଖିବା ସହିତ ଠିକାଦାରଙ୍କ ପ୍ରାପ୍ୟ ଦିଆଯାଉ ନାହିଁ। ନିଜ ଦୋଷ ଲୁଚାଇବା ପାଇଁ ରେଲଓ୍ବେ ବିଭାଗକୁ ଦୋଷ ଦିଆଯାଉଛି। ଅନ୍ୟପକ୍ଷରେ ଖୋର୍ଦ୍ଧା ଜିଲା ବିଜେଡି ସଭାପତି ବିଭୂତି ଭୂଷଣ ବଳବନ୍ତରାୟ କୁହନ୍ତି, ରାଜନୈତିକ ଫାଇଦା ଓ ଜନସାଧାରଣଙ୍କୁ ଭ୍ରମିତ କରିବା ପାଇଁ କଂଗ୍ରେସର ଏହା ଏକ ପ୍ରହସନ। ଭାଜପା ଖୋର୍ଦ୍ଧା ଜିଲା ମିଡିଆସେଲ ସଂଯୋଜକ ପ୍ରଦୀପ କୁମାର ଜେନା କୁହନ୍ତି, ଓଭରବ୍ରିଜ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେବା ପଛରେ ରାଜ୍ୟ ସରକାର ଦାୟୀ। ଏମ୍‌ପି ଅପରାଜିତା ଷଡଙ୍ଗୀ, ରାଜ୍ୟ ପ୍ରବକ୍ତା ସୁଦୀପ୍ତ ରାୟ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଲାଗି ଉଦ୍ୟମ ଜାରି ରଖିଛନ୍ତି।
ସୂଚନାଥାଉ କି,କୁଦିଆରୀ ବଜାରଠାରୁ ସୀତାରାମଛକ ପର୍ଯ୍ୟନ୍ତ ଓଭରବ୍ରିଜ ନିର୍ମାଣ ଲାଗି ଦାବି ହୋଇଆସୁଥିଲା। ୨୦୧୫ ମସିହାରେ ରାଜ୍ୟ ସରକାରଙ୍କ ଅନୁଦାନକ୍ରମେ ୫୮ଲକ୍ଷ ଟଙ୍କା ବ୍ୟୟ ବରାଦରେ ଏହି ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ବିଭିନ୍ନ ସମୟରେ ବିଭାଗୀୟ ମନ୍ତ୍ରୀ, ଏମ୍‌ପି, ବିଧାୟକ ଖୁବଶୀଘ୍ର ଓଭରବ୍ରିଜ କାମ ଶେଷ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ସରିଲା ନାହିଁ। ଅନ୍ୟପଟେ ଏହାର ବ୍ୟୟ ଅଟକଳ ୧୦୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପହଞ୍ଚିଲାଣି। ୭ବର୍ଷରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ଓଭରବ୍ରିଜ କାମ ସରିନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅନଶନରେ ମାରଓ୍ବାଡି ଯୁବମଞ୍ଚ ସଦସ୍ୟ ସତୀଶ ଶର୍ମା, ବରିଷ୍ଠ ନାଗରିକ କମିଟିର ସଭାପତି ପ୍ରହଲାଦ ସାହୁ, କଳିଙ୍ଗ ସାହୁ, ବୃନ୍ଦାବନ ସାହୁ, ସଂଗ୍ରାମ ରାଉତରାୟ, ଡ.ଗୌରୀ ପ୍ରସାଦ ସିଂହ, ଅଶୋକ ମଙ୍ଗରାଜ, ହଟ୍ଟ କିଶୋର ପ୍ରଧାନ, ନୌସର ଅଲୀ, ସୌମ୍ୟ ଶ୍ରୀଚନ୍ଦନ, ସଙ୍କେତ ପାଟ୍ଟଶାଣୀ, ସୁଧାକର ଜେନା, ଲୁସେନ ରାଏ, ମେଘୁ ପରିଜା, ସୁନୀଲ ରାଉତରାୟ, ନିରୁପମା ପାତ୍ର, ସାରଙ୍ଗ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri