ସୌର ପ୍ରକଳ୍ପ ପାଇଁ ୭୦ କୋଟି ବ୍ୟୟବରାଦ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ୨୦୨୨ ସୁଦ୍ଧା ୨୨୫୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଓଡ଼ିଶା ଅଣପାରମ୍ପରିକ ନୀତି -୨୦୧୬ ଅନୁଯାୟୀ ଏହି ସୌର ପ୍ରକଳ୍ପ ସ୍ଥାପନ କରାଯିବ। ରାଜ୍ୟରେ ଏ ପର୍ଯ୍ୟନ୍ତ ୪୭୨ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ହେଉଛି। ଏଥିସହିତ ଏହି ସମୟରେ ରାଜ୍ୟର ୧୭ଟି ସହର ଯଥା ସମ୍ବଲପୁର, ବୁର୍ଲା, ହୀରାକୁଦ, ରାଉରକେଲା, ପୁରୀ, ଖୋର୍ଦ୍ଧା, ବ୍ରହ୍ମପୁର, ଛତ୍ରପୁର, ଜୟପୁର, କୋରାପୁଟ, ନବରଙ୍ଗପୁର, ସୁନାବେଡ଼ା, ବାଲେଶ୍ୱର, ଭଦ୍ରକ, ବାରିପଦା, ଭୁବନେଶ୍ୱର ଓ ବଲାଙ୍ଗୀରରେ ସରକାରୀ କୋଠାଘର ଉପରେ ଅତିକମ୍‌ରେ ୧୭ ମେଗାଓ୍ବାଟ୍‌ କ୍ଷମତା ବିଶିଷ୍ଟ ରୁଫ୍‌ଟପ୍‌ ସୋଲାର ପ୍ରକଳ୍ପ ସ୍ଥାପନ କରିବା ପାଇଁ ଟେଣ୍ଡର ପ୍ରକି୍ରିୟା ଚାଲୁ ରହିଛି। ଏହି ପ୍ରକଳ୍ପ ପାଇଁ ୭୦ କୋଟି ଟଙ୍କା ବ୍ୟୟ କରାଯିବ। ୨୦୨୧-୨୨ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ହେବ । ସେହିପରି ସମ୍ବଲପୁର ଚିପିଲିମା ଜଳବିଦ୍ୟୁତ୍‌ କେନ୍ଦ୍ର ପରିସରଭୁକ୍ତ ଅବ୍ୟବହୃତ ୬୦ ଏକର ଜମିରେ ୧୦ ମେଗାଓ୍ବାଟ୍‌ ସୌରଶକ୍ତି ପ୍ରକଳ୍ପ ସ୍ଥାପନ ହେବ । ଏ ନେଇ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ଛାତ ଉପରେ ସୌରଶକ୍ତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଆର୍ଥିକ ପ୍ରୋତ୍ସାହନ କେବଳ ଆବାସିକ ଉପଭୋକ୍ତାଙ୍କୁ ପ୍ରଦାନ କରାଯାଉଛି। ୩ କିଲୋଓ୍ବାଟ୍‌ କ୍ଷମତା ପାଇଁ ୪୦ ପ୍ରତିଶତ ସବ୍‌ସିଡି ଦିଆଯାଉଥିବା ବେଳେ ୩ କିଲୋଓ୍ବାଟ୍‌ରୁ ୧୦ କିଲୋଓ୍ବାଟ୍‌ ପର୍ଯ୍ୟନ୍ତ ୨୦ ପ୍ରତିଶତ ସବ୍‌ସିଡି ଦିଆଯାଉଛି। ଏଥିସହିତ ପ୍ରଧାନମନ୍ତ୍ରୀ କୁସୁମ ଯୋଜନାରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଉତ୍ପାଦିତ ସୌରଶକ୍ତିର ୟୁନିଟ୍‌ ପିଛା ୩.୦୮ ଟଙ୍କା କ୍ରୟ ମୂଲ୍ୟ ନିର୍ଦ୍ଧାରଣ କରିଛନ୍ତି। କେନ୍ଦ୍ର ସରକାର ୫ ବର୍ଷ ପାଇଁ ୟୁନିଟ୍‌ ପିଛା ୪୦ ପଇସା ପ୍ରୋତ୍ସାହନ ରାଶି ଦେବାକୁ ଅନୁମୋଦନ କରିଛନ୍ତି। ଅଫ୍‌ଗ୍ରୀଡ୍‌ ସୌର ପ୍ରକଳ୍ପ ପାଇଁ ରାଜ୍ୟ ସରକାର ବଜେଟରେ ସମ୍ପୂର୍ଣ୍ଣ ବ୍ୟୟବରାଦ କରିଛନ୍ତି। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏବଂ ପ୍ରଶାନ୍ତ ଜଗଦ୍ଦେବଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri