ଜମି ଦେବାକୁ କହି ୭୦ ଲକ୍ଷ ଠକେଇ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ଜଣେ ବ୍ୟକ୍ତି ୭୦ ଲକ୍ଷ ଟଙ୍କା ଠକେଇ କରିଛନ୍ତି। ଏ ନେଇ ଠକେଇର ଶିକାର ହୋଇଥିବା ଧଉଳିସ୍ଥିତ ଗଙ୍ଗୋତ୍ରୀ ଅଞ୍ଚଳର ଛବିନ୍ଦ୍ରନାଥ ପାତ୍ର ବଡ଼ଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଅନ୍ୟପଟେ ଅଭିଯୋଗ ହୋଇଥିବା ଜାଣି ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ଛବିନ୍ଦ୍ରନାଥ ପରିବାର ସହ ଶିଶୁପାଳଗଡ଼, ଗଙ୍ଗୋତ୍ରୀନଗର-୩ରେ ରୁହନ୍ତି। ତାଙ୍କ ଗ୍ରାମର ଜଣେ ବ୍ୟକ୍ତି କାକଟପୁରରେ ପାନ ଦୋକାନ କରିବା କହି ଛବିନ୍ଦ୍ରନାଥଙ୍କଠାରୁ ଧାରରେ ୭୦ଲକ୍ଷ ଟଙ୍କା ନେଇଥିଲେ। ଏହି ଟଙ୍କା ୭ଦିନ ମଧ୍ୟରେ ଫେରାଇ ଦେବାକୁ କହିଥିଲେ। ହେଲେ ୭ଦିନ ପରେ ମଧ୍ୟ ଟଙ୍କା ଦେଇ ନ ଥିଲେ। ପରେ ଉକ୍ତ ବ୍ୟକ୍ତି ଜଣଙ୍କ ନାମରେ ଭୁବନେଶ୍ୱରରେ ଏକ ଜମି ଥିବା କହିବା ସହ ତାହାକୁ ଛବିନ୍ଦ୍ରନାଥଙ୍କ ନାମରେ କରି ଦେବାକୁ ସେ କହିଥିଲେ। ଏ ନେଇ ୨୦୧୯ ଜୁନ୍‌ ୧୧ରେ ଭୁବନେଶ୍ୱର କୋର୍ଟ ପରିସରରେ ଜମି ଦେବା ପାଇଁ ଏକ ଏଗ୍ରିମେଣ୍ଟ କରିଥିଲେ। ହେଲେ ଜମି ନ ଦେଇ ବିଭିନ୍ନ ଆଳ ଦେଖାଇ ଅଭିଯୁକ୍ତ ଦିନ ଗଡ଼ାଇଥିଲେ। ଦିନେ ଛବିନ୍ଦ୍ରନାଥ ଅଭିଯୁକ୍ତଙ୍କ ଘରେ ପହଞ୍ଚି ଯାଇ ତାଙ୍କୁ ଟଙ୍କା ଫେରାଇବାକୁ କହିଥିଲେ। ଫଳରେ ଅଭିଯୁକ୍ତ ୪ଟି ଚେକ୍‌ ତାଙ୍କୁ ଦେଇଥିଲେ। ହେଲେ ଏହି ଚେକ୍‌କୁ ଛବିନ୍ଦ୍ରନାଥ ବ୍ୟାଙ୍କ୍‌ରେ ଲଗାଇଥିଲେ ମଧ୍ୟ ତାହା ବାଉନ୍ସ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri