ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ: ଜାଣନ୍ତୁ କେଉଁ ଜିଲାରେ କେତୋଟି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ ୧୦, ବଲାଙ୍ଗୀର ୨, ବ୍ରହ୍ମପୁର ୪, କଟକ ୭, କନ୍ଧମାଳ ୩, କେନ୍ଦୁଝର ୩, ମାଲକାନାଗିରି ୧, ମୟୂରଭଞ୍ଜ ୮, ନୟାଗଡ଼ ୯, ରାଉରକେଲା ୫ ଏବଂ ସମ୍ବଲପୁରର ଗୋଟିଏ ମଦ ଦୋକାନ ବନ୍ଦ ରହିଛି। ଏସବୁକୁ ଖୋଲିବା ପାଇଁ ଅବକାରୀ ବିଭାଗ ଅନୁମତି ପ୍ରଦାନ କରିଥିବା ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗୃହରେ ସୂଚନା ଦେଇଛନ୍ତି।
ଭାଜପା ସଦସ୍ୟ ଅଖିଳ ଚନ୍ଦ୍ର ନାଏକ ଶନିବାର ବିଧାନସଭାରେ ପଚାରିଥିବା ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ହରିଚନ୍ଦନ ଏହି ଉତ୍ତର ରଖିବା ସହ ଆହୁରି କହିଛନ୍ତି, ଏହାବାଦ୍‌ ରାଜ୍ୟରେ ଆଉ ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବା ପାଇଁ ବିଭାଗ ପାଖରେ ପ୍ରସ୍ତାବ ଅଛି। ଖୋଲିବାକୁ ଥିବା ୩ଟି ମଦ କାରଖାନା ମଧ୍ୟରୁ ୨ଟି ଢେଙ୍କାନାଳ ଏବଂ ଗୋଟିଏ କଟକରେ ଖୋଲିବ। କଟକଠାରେ ଅଭିରା ଡିଷ୍ଟିଲେରି ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ଢେଙ୍କାନାଳରେ ଇନ୍‌ଡାଲକ ସ୍ପିରିଟ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ପିଆଣ୍ଡଏ ବଟଲର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ମଦ କାରଖାନା ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri