୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ବ୍ୟକ୍ତି ଜଣକ ହେଲେ ଅତାବିରା ଥାନା ଭୋଇପୁରା ଗ୍ରାମର ନବଘନ ତ୍ରିପାଠୀଙ୍କ ୨୯ ବର୍ଷୀୟ ପୁଅ ଶୁଭମ। ଏନେଇ ଅତାବିରା ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ ପ୍ରକାଶ କରିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାରୁ ପ୍ରକାଶ ଯେ, ବୁଧବାର ସକାଳେ ବରଗଡ଼ ଏସପିଙ୍କ ଠାରୁ ବିଶ୍ୱସ୍ତ ସୂଚନା ପାଇ ଅତାବିରା ଥାନା ପୋଲିସ ପାଟ୍ରୋଲିଂ ଦଳ ଏସଆଇ ସସ୍ମିତା ବେହେରାଙ୍କ ନେତୃତ୍ୱରେ ସରଣ୍ଡା ଛକ ନିକଟରେ ଏକ ବ୍ଲକିଂ କରିଥିଲେ। ଏହି ସମୟରେ ଅଭିଯୁକ୍ତ ଶୁଭମ ସେହି ରାସ୍ତା ଦେଇ ଅତାବିରା ପଟକୁ ଆସୁଥିବା ବେଳେ ତାକୁ କାବୁ କରି ତାଙ୍କ ସ୍କୁଟି (OR 15G / 8284)କୁ ଯାଞ୍ଚ କରାଯାଇଥିଲା l ଅଧିକ ତଲାସୀ ସମୟରେ ୭୦ଟି ଛୋଟ ପ୍ୟାକେଟ ବ୍ରାଉନସୁଗାର ଜବତ କରାଯାଇଥିଲା। ସ୍ଥାନୀୟ ବଜାରରେ ଗୋଟିଏ ପ୍ୟାକେଟ୍‌କୁ ୫୦୦ ଟଙ୍କାରେ ବିକ୍ରି କରିବାର ଯୋଜନା ଥିବା ଅଭିଯୁକ୍ତ ସ୍ବୀକାର କରିଛନ୍ତି l ଯେ ସେ ଏହାକୁ ପଶ୍ଚିମ ବିହାର ଖଡ଼ଗପୁରରୁ ସ୍ଥାନୀୟ ବଜାରରେ ବିକ୍ରୟ କରିବା ପାଇଁ କିଣି ଆଣିଥିଲେ। ଶୁଭମଙ୍କଠାରୁ ଅତାବିରା ପୋଲିସ ୭ ଗ୍ରାମ ୯୩୦ ମିଲି ଗ୍ରାମ ବ୍ରାଉନସୁଗାର ଜବତ କରିଛି, ଯାହାର ବଜାର ମୂଲ୍ୟ ୩୫ ହଜାର ଟଙ୍କା ହେବ। ଏହାସହ ତାଙ୍କଠାରୁ ନଗଦ ୧୨୦୦/- ଟଙ୍କା, ଗୋଟିଏ ଟିଭିଏସ ସ୍କୁଟି ରେଜିଷ୍ଟ୍ରେସନ ନମ୍ବର ଓ଼ଆର ୧୫-ଜି-୮୨୮୪ ଏବଂ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି l ଏନେଇ ଅତାବିରା ଥାନାରେ ଏସଆଇ ସସ୍ମିତା ବେହେରାଙ୍କ ଅଭିଯୋଗ କ୍ରମେ ଏକ ମାମଲା ନମ୍ବର ୯୦/୨୦୨୬ ରୁଜୁ କରାଯାଇ ଇନିସ୍ପେକ୍ଟର ଅଞ୍ଜଳି ସା ଘଟଣାର ଅଧିକ ତଦନ୍ତ ଚାଲିଥିବା ଆଇଆଇସି ପ୍ରକାଶ କର୍ଣ୍ଣ ସୂଚନା ଦେଇଛନ୍ତି l

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri