ଭିସୁଟ୍‌ର ୭୦ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨।୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ଜଣେ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ମଙ୍ଗଳବାର ତାଙ୍କୁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକର ଏକ ଘରୋଇ ନର୍ସିଂହୋମକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷେ ଭିସୁଟ୍‌ରେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସିଥିବା ସିଭିଲ ଇଞ୍ଜିନିୟରିଂ ବିଭାଗ ଆକାଉଣ୍ଟ, ଏକାଡେମୀ, ଏଷ୍ଟାବ୍ଲିସମେଣ୍ଟ ବିଭାଗର ମୋଟ ୭୦ ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଛି। ଗୁରୁବାର ଏହାର ରିପୋର୍ଟ ଆସିବ । ଏଥିପାଇଁ ଭିସୁଟ୍‌କୁ ୩ ତାରିଖ ପର୍ଯ୍ୟନ୍ତ ସିଲ୍‌ କରି ଦିଆଯାଇଛି। ସମ୍ପୃକ୍ତ ଅଧ୍ୟାପିକା କାମ କରୁଥିବା ସିଭିଲ ଇଞ୍ଜିନିୟରିଂ ବିଭାଗକୁ ଜୁଲାଇ ୭ ପର୍ଯ୍ୟନ୍ତ ସଟ୍‌ ଡାଉନ କରାଯାଇଛି । ସେହିପରି ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିବା ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଜୁଲାଇ ୧୨ ପର୍ଯ୍ୟନ୍ତ ହୋମ କ୍ବାରାଣ୍ଟାଇନରେ ରହିବାକୁ ଭିସୁଟ୍‌ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଅଧ୍ୟାପିକାଙ୍କ ଘରେ କାମ କରୁଥିବା ରୋଷେୟା ଓ ଜଣେ ମହିଳାଙ୍କ ମଧ୍ୟ ସ୍ବାବ୍‌ ନମୁନା ସଂଗ୍ରହ ହୋଇଛି । ସୂଚନାଯୋଗ୍ୟ, ଅଧ୍ୟାପିକାଙ୍କ ସ୍ବାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା । ସେ ଅନୁଗୋଳ ନାଲ୍‌କୋରେ କାର୍ଯ୍ୟରତ ଥିଲେ । ସ୍ବାମୀଙ୍କ ସଂସ୍ପର୍ଶରେ ଆସିବା ପରେ ଅଧ୍ୟାପିକା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri