Posted inରାଜ୍ୟ

ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉଭୟ ନିର୍ବାଚନ ମଣ୍ଡଳୀରେ ୭୦ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ସନ୍ଧ୍ୟା ୬ଟା ସୁଦ୍ଧା ୭୧ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୯୯ ପ୍ରତିଶତ ହୋଇଛି। ଭୋଟଗ୍ରହଣ ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ଯାଏ ଚାଲିଥିଲା। ଭୋଟଗ୍ରହଣ ଶାନ୍ତିଶୃ୍‌ଙ୍ଖଳାର ସହ ଶେଷ ହୋଇଛି। କୌଣସି ଗଣ୍ଡୋଗୋଳ ହୋଇ ନ ଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଓ ବାଲେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨ ଲକ୍ଷ ୩୦ ହଜାର ୨୯୬ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୧୦ ତାରିଖରେ ଭୋଟ ଗଣତି ହେବ।
ସୂଚନା ଯୋଗ୍ୟ, ବାଲେଶ୍ୱର ଭାଜପା ବିଧାୟକ ମଦନ ମୋହନ ଦତ୍ତ ଏବଂ ତିର୍ତ୍ତୋଲ ବିଜେଡି ବିଧାୟକ ବିଷ୍ଣୁ ଚରଣ ଦାସକଙ୍କ ବିୟୋଗ ପରେ ଉକ୍ତ ଦୁଇ ଆସନରେ ଉପନିର୍ବାଚନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri